ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ ଥିଲେ ହେଁ ପୋଲିସ ଘଟଣସ୍ଥଳରୁ ଫୁଟିଥିବା ଗୁଳିର ଦୁଇଟି ଖୋକା ସହ ଗୋଟିଏ ଦେଶି ବନ୍ଧୁକ, ଗୋଟିଏ ଜୀବନ୍ତ ଗୁଳି, ଦୁଇ ଭୂଜାଲି, ଗୋଟିଏ ମୋବାଇଲ, ଦୁଇ ମୋଟର ସାଇକେଲକୁ ଜବତ କରିଛି। ଏଥିସହ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମାମଲା ନଂ ୩୨୯/୨୦ପ୍ରକାରେ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ତେବେ ଗିରଫ ଯୁବକ ହେଲେ ଧୋବା ପଲ୍ଲୀ ଗ୍ରାମର ହର୍ଷ ରାଉତ, ସୁରେଶ ରାଉତ,ଦଣ୍ଡପାଣି ନାୟକ, ବିକାଶ ରାଉତ ଓ ଲିପୁନ ରାଉତ। ଏକ ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ଓ ଏସ୍‌ଆଇ ସୁନିଲ କୁମାର ପ୍ରଧାନ କହିଛନ୍ତି, ଚିଙ୍ଗୁଡିଘାଇ ଗ୍ରାମର ସୁଶାନ୍ତ ନାୟକ ଗତ ୨୭ ତାରିଖରେ କରିଥିବା ଅଭିଯୋଗ ପ୍ରକାରେ ୨୬ ତାରିଖ ରାତ୍ରରେ ୬ଜଣ ଯୁବକ ୩ ଗୋଟି ମୋଟର ସାଇକେଲରେ ବନ୍ଧୁକ ଓ ଭୂଜାଲି ଆଦି ମାରଣାସ୍ତ୍ର ଧରି ତାଙ୍କ ଘରକୁ ଆସି କବାଟ ବାଡାଇଥିଲେ। ସେ କବାଟ ଖୋଲିବା ମାତ୍ରକେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କ ଭାଇ ପ୍ରଶାନ୍ତ ନାୟକଙ୍କୁ ଖୋଜିଥିଲେ। ମାତ୍ର ସେ ଘରେ ନ ଥିବା କହିବାରୁ ଅଭିଯୁକ୍ତ ମାନେ ଉତ୍ୟକ୍ତ ହୋଇ ଘର ଉପରକୁ ଦୁଇ ରାଉଣ୍ଡ ଗୁଳି ଚଲାଇଥିଲେ। ଏହା ଶୁଣି ଗ୍ରାମବାସୀ ଘଟଣାସ୍ଥଳକୁ ଆସିବା ଦେଖି ଅଭିଯୁକ୍ତମାନେ ଘଟଣା ସ୍ଥଳରୁ ଚମ୍ପଟ ମାରି ଥିଲେ। ହର୍ସ ରାଉତ ଓ ପ୍ରଶାନ୍ତ ନାୟକଙ୍କ ମଧ୍ୟରେ କିଛି ଦିନ ତଳେ ଗଣ୍ଡଗୋଳ ଘଟିଥିଲା। ଏଥିରେ ପ୍ରତିଶୋଧ ନେବା ଲାଗି ହର୍ସ ତାର ସହଯୋଗୀ ମାନଙ୍କୁ ନେଇ ଆସି ଏଭଳି କାଣ୍ଡ ଘଟାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri