ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ ଥିଲେ ହେଁ ପୋଲିସ ଘଟଣସ୍ଥଳରୁ ଫୁଟିଥିବା ଗୁଳିର ଦୁଇଟି ଖୋକା ସହ ଗୋଟିଏ ଦେଶି ବନ୍ଧୁକ, ଗୋଟିଏ ଜୀବନ୍ତ ଗୁଳି, ଦୁଇ ଭୂଜାଲି, ଗୋଟିଏ ମୋବାଇଲ, ଦୁଇ ମୋଟର ସାଇକେଲକୁ ଜବତ କରିଛି। ଏଥିସହ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମାମଲା ନଂ ୩୨୯/୨୦ପ୍ରକାରେ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ତେବେ ଗିରଫ ଯୁବକ ହେଲେ ଧୋବା ପଲ୍ଲୀ ଗ୍ରାମର ହର୍ଷ ରାଉତ, ସୁରେଶ ରାଉତ,ଦଣ୍ଡପାଣି ନାୟକ, ବିକାଶ ରାଉତ ଓ ଲିପୁନ ରାଉତ। ଏକ ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ଓ ଏସ୍‌ଆଇ ସୁନିଲ କୁମାର ପ୍ରଧାନ କହିଛନ୍ତି, ଚିଙ୍ଗୁଡିଘାଇ ଗ୍ରାମର ସୁଶାନ୍ତ ନାୟକ ଗତ ୨୭ ତାରିଖରେ କରିଥିବା ଅଭିଯୋଗ ପ୍ରକାରେ ୨୬ ତାରିଖ ରାତ୍ରରେ ୬ଜଣ ଯୁବକ ୩ ଗୋଟି ମୋଟର ସାଇକେଲରେ ବନ୍ଧୁକ ଓ ଭୂଜାଲି ଆଦି ମାରଣାସ୍ତ୍ର ଧରି ତାଙ୍କ ଘରକୁ ଆସି କବାଟ ବାଡାଇଥିଲେ। ସେ କବାଟ ଖୋଲିବା ମାତ୍ରକେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କ ଭାଇ ପ୍ରଶାନ୍ତ ନାୟକଙ୍କୁ ଖୋଜିଥିଲେ। ମାତ୍ର ସେ ଘରେ ନ ଥିବା କହିବାରୁ ଅଭିଯୁକ୍ତ ମାନେ ଉତ୍ୟକ୍ତ ହୋଇ ଘର ଉପରକୁ ଦୁଇ ରାଉଣ୍ଡ ଗୁଳି ଚଲାଇଥିଲେ। ଏହା ଶୁଣି ଗ୍ରାମବାସୀ ଘଟଣାସ୍ଥଳକୁ ଆସିବା ଦେଖି ଅଭିଯୁକ୍ତମାନେ ଘଟଣା ସ୍ଥଳରୁ ଚମ୍ପଟ ମାରି ଥିଲେ। ହର୍ସ ରାଉତ ଓ ପ୍ରଶାନ୍ତ ନାୟକଙ୍କ ମଧ୍ୟରେ କିଛି ଦିନ ତଳେ ଗଣ୍ଡଗୋଳ ଘଟିଥିଲା। ଏଥିରେ ପ୍ରତିଶୋଧ ନେବା ଲାଗି ହର୍ସ ତାର ସହଯୋଗୀ ମାନଙ୍କୁ ନେଇ ଆସି ଏଭଳି କାଣ୍ଡ ଘଟାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri