ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବା ସହ ଚୋରି ଡକାୟତି ରାହାଜାନିକୁ ଦୃଷ୍ଟିରେ ରଖି ଜନସାଧାରଣକୁ ସତର୍କ କରାଇ ପୁରୁଣା ଅପରାଧୀଙ୍କ ତାଲିକା ପ୍ରସ୍ତୁତ କରି ସେମାନଙ୍କ ଉପରେ ତୀକ୍ଷ୍‌ଣ ନଜର ଦଆଯାଇଛି। ଗଞ୍ଜାମ ପୋଲିସ ଜିଲାରେ ଜାରି ହୋଇଥିବା ୩୦ ଧାରାକୁ ଗୁରୁତ୍ୱ ଦେଇ ଆସନ୍ତା ଗଣେଶ ପୂଜା, ବିଶ୍ବକର୍ମା ପୂଜା, ଦୁର୍ଗାପୂଜା, ଦଶହରା, ଗଜଲକ୍ଷ୍ମୀ ପୂଜା ସମେତ ସଭାସମିତି, ଶୋଭାଯାତ୍ରା ଲାଗି କଟକଣା ଜାରି କରାଯାଇଛି। ଏହିସବୁ ଲାଗି ପୋଲିସ ପ୍ରଶାସନ ଓ ଜିଲା ପ୍ରଶାସନପଠାରୁ ଆଗୁଆ ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି। ଏହାକୁ ଖିଲାପ କଲେ ସମ୍ପୃକ୍ତ ବ୍ୟକ୍ତି ଓ ଅନୁଷ୍ଠାନ ବିରୋଧରେ ପୋଲିସ ପକ୍ଷରୁ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସ୍ପଷ୍ଟ ଭାବରେ ଜଣାଇ ଦିଆଯାଇଛି। ବିଶେଷକରି ଆସନ୍ତା ୧୪ ତାରିଖରେ ଗଣେଶ ପୂଜା ରହିଥିବାରୁ ବହୁସଂଖ୍ୟାରେ ପୂଜା ଓ ମେଢ଼ମାନ କରାଯାଉଛି। ଏହାସହ ମନଇଚ୍ଛା ଭାବରେ କିଏ କେତେବେଳେ ଭସାଣି କରୁଛନ୍ତି,  ଯାହାଦ୍ବାରା ଶବ୍ଦ ପ୍ରଦୂଷଣ ସାଙ୍ଗକୁ ବିଶୃଙ୍ଖଳା ଦେଖାଦେଉଥିବା ନେଇ ପୋଲିସ ପକ୍ଷରୁ ଏଥିରେ କିଛିଟା ପରିବର୍ତ୍ତନ କରାଯାଇଛି। ପୂଜାମଣ୍ଡପ ଓ ଅନୁଷ୍ଠାନ ପୂଜାର ୭ ଦିନ ପୂର୍ବରୁ ଅନୁମତି ଲାଗି ଥାନାରେ ଆବେଦନ କରିବେ। ମନଇଚ୍ଛା ଭସାଣି ନ କରି ଏକ ସ୍ବତନ୍ତ୍ର ନିର୍ଦ୍ଧାରିତ ଦିବସ ପ୍ରକାରେ ସମସ୍ତ ପୂଜାମଣ୍ଡପର ମେଢ଼ଗୁଡ଼ିକ ଗୋଟିଏ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଭସାଣି କରାଯିବାର ବ୍ୟବସ୍ଥା କରାଯାଇଛି। ପୂଜାମଣ୍ଡପ ଓ ଅନୁଷ୍ଠାନ ପକ୍ଷରୁ ଅନୁମତି ଲାଗି ଆବେଦନ ଆସିବା ପରେ ତାହାକୁ ଦେଖି ସମସ୍ତଙ୍କୁ ନେଇ ଏକ ବୈଠକ କରି ଭସାଣି ଦିବସ ଓ ସମୟ ଧାର୍ଯ୍ୟ କରାଯିବା ନେଇ ଆଇଆଇସି କୁଳମଣି ସେଠୀ କହିଛନ୍ତି। ଏଥିଲାଗି ଅଞ୍ଚଳବାସୀ ପୋଲିସକୁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?