ପୁରୁଷୋତ୍ତମପୁର ଏସ୍‌ଡିପିଓଙ୍କ ନିଆରା ପଦକ୍ଷେପ, ସାଧାରଣରେ ପ୍ରଶଂସା

ପୁରୁଷୋତ୍ତମପୁର,୧।୫(ସିମାଞ୍ଚଳ ମିଶ୍ର):  ସମାଜରେ ଘଟି ଚାଲିଥିବା ଅପରାଧିକ କାର୍ଯ୍ୟକଳାପକୁ କିଭଳି ରୋକାଯାଇ ପାରିବ ଏବଂ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଯୋଗୁ ଲୋକେ ପୋଲିସକୁ ବନ୍ଧୁ ଭାବରେ ଗ୍ରହଣ କରିବେ। ଏହାଦ୍ବାରା  ଅପରାଧିଙ୍କ ଗତିବିଧିର ସୁରାକ ପୋଲିସକୁ ସହଜରେ ମିଳିପାରିବା ସହ ସମାଜରେ ଘଟୁଥିବା ଅପରାଧିକ କାର୍ଯ୍ୟକଳାପକୁ ଦମନ କରାଯାଇପାରିବ। ଏଭଳି ଚିନ୍ତାଧାରା ନେଇ ଏକପ୍ରକାରର ନିଆରା ପଦକ୍ଷେପ ନେଇଛନ୍ତି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର।
ସକାଳ ହେଲେ ସେ ସାଧା ପୋଷାକରେ ଜଣେ ସାଧାରଣ ଲୋକ ଭଳି ଏକାକି କେତେବେଳେ ସାଇକେଲରେ ତ ଆଉ କେତେବେଳେ ଚାଲିଚାଲି ପୁରୁଷୋତ୍ତମପୁର ଓ ଆଖପାଖ ଅଞ୍ଚଳର ବିଭିନ୍ନ ସ୍ଥାନକୁ ଯାଇ ଲୋକଙ୍କସହ ମିଶୁଛନ୍ତି। ବନ୍ଧୁ ଭଳି ବ୍ୟବହାରକରି ଲୋକଙ୍କ ମଧ୍ୟରେ ରହିଥିବା  ଆଇନଗତ ଶୃଙ୍ଖଳାର ସମସ୍ୟାମାନକୁ ପରଖିବା ସହ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ଏପରିକି କଥାହେବା ଛଳରେ ଟ୍ରାଫିକ ଓ ସାମାଜିକ କାର୍ଯ୍ୟ ଓ ଅନ୍ୟାନ୍ୟ ଅପରାଧିକ ଆଇନ ସମ୍ପର୍କରେ ଲୋକଙ୍କୁ ସଚେତନ କରି  କିପରି ସମସ୍ତଙ୍କ ମଧ୍ୟରେ ଭାଇଚାରା ଗଢି ଉଠିବ ସେଥିନେଇ ପରାମର୍ଶ ଦେଉଛନ୍ତି। ଏସ୍‌ଡିପିଓଙ୍କ ଏଭଳି କାର୍ଯ୍ୟ ଯୋଗୁ ସେ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଲୋକେ ଏଭଳି କାର୍ଯ୍ୟକୁ ପ୍ରଶଂସା କରିବା ସହ ଏସ୍‌ଡିପିଓଙ୍କ ପରାମର୍ଶକୁ ନେଇ ସଚେତନ ହେଉଛନ୍ତି। ଅପରପକ୍ଷେ ଏହାକୁନେଇ ଅପରାଧୀ ଓ ଚୋରା ବେପାରୀ, ମାଫିଆଙ୍କ ମଧ୍ୟରେ ଛନକା ପଶିଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri