Posted inଜାତୀୟ

ବିଧାନସଭାରେ ଠେଲାପେଲା: ବିଧାୟକଙ୍କୁ ଘୋଷାଡି ନେଲେ

ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଫେରାଇ ଆଣିବା ପାଇଁ କେନ୍ଦ୍ରଶାଶସିତ ଅଞ୍ଚଳର ବିଧାନସଭାରେ ସଂକଳ୍ପନାମା ପାରିତ ହେବାର ଦିନକ ପରେ ଗୃହରେ ହାଇଡ୍ରାମା ଦେଖିବାକୁ ମିଳିଛି। ଆଜି ଗୃହରେ ପୁଣି ଥରେ ଏକ ବଡ଼ ଧରଣର ଗଣ୍ଡଗୋଳ ହୋଇଥିଲା। ମାର୍ଶଲ ଇଞ୍ଜିନିୟର ରସିଦଙ୍କ ଭାଇ ତଥା ଆୱାମୀ ଇତେହାଦ ପାର୍ଟି ବିଧାୟକ ଖୁର୍ସିଦ ଶେଖଙ୍କୁ ଟାଣି ନେଇଥିଲେ।

ଗୃହରେ ଧାରା ୩୭୦ ବିରୋଧରେ ଆଣିଥିବା ପ୍ରସ୍ତାବକୁ ଭାଜପା ନିରନ୍ତର ବିରୋଧ କରୁଛି। ଆଜି ଉତ୍ତେଜନା ଆରମ୍ଭ ହେବା ପରେ ପିଡିପି ବିରୋଧରେ ସ୍ଲୋଗାନ ଦିଆଯାଇଥିଲା। ଅଧିବେଶନ ଆରମ୍ଭ ହେବା ମାତ୍ରେ ଭାଜପା ବିଧାୟକମାନେ ଠିଆ ହୋଇ ପିଡିପି ଏବଂ ବାଚସ୍ପତିଙ୍କ ବିରୋଧରେ ସ୍ଲୋଗାନ ଦେଇ ବିରୋଧ ଆରମ୍ଭ କରିଥିଲେ।

ଏହି ପ୍ରସଙ୍ଗରେ ବିରୋଧୀ ଭାଜପା ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଯାଇ ପ୍ରବଳ ହଟ୍ଟଗୋଳ କରିଥିଲେ। ସେମାନେ ଉକ୍ତ ସଙ୍କଳ୍ପନାମାକୁ ବେଆଇନ ଦର୍ଶାଇ ଏହାକୁ ପ୍ରତ୍ୟାହାର କରିବାକୁ ଦାବି କରିଥିଲେ। ତେବେ ଗୃହରେ ଗୃହୀତ ହୋଇସାରିଥିବା କୌଣସି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ପାଇଁ ବାଚସ୍ପତି ଅବ୍‌ଦୁଲ ରହିମ ରାଥେର ତାଙ୍କ ନିକଟରେ କ୍ଷମତା ନ ଥିବା କହିଥିଲେ। ଏଥିସହ ଭାଜପା ସଦସ୍ୟଙ୍କୁ ଗୃହରୁ ହଟାଇବା ପାଇଁ ମାର୍ଶଲଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ହାଇଡ୍ରାମା ଭିତରେ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଏବଂ ପିପୁଲ୍ସ କନ୍‌ଫରେନ୍ସର ବିଧାୟକମାନେ ଅନୁଚ୍ଛେଦ ୩୭୦ ଏବଂ ୩୫ଏକୁ ତୁରନ୍ତ ସମ୍ବିଧାନରେ ମୂଳ ରୂପରେ ପୁନଃ ଅବସ୍ଥାପିତ କରାଯାଉ ବୋଲି ଦାବି କରିଥିଲେ। ବିରୋଧୀ ଦଳ ନେତା ସୁନୀଲ ଶର୍ମା ସଂକଳ୍ପନାମା ଉପରେ କହୁଥିବାବେଳେ ଆଓ୍ବାମୀ ଇତ୍ତେହାଦ୍‌ ପାର୍ଟି ନେତା ଶେଖ୍‌ ଖୁର୍ସିଦ ଗୃହ ମଧ୍ୟଭାଗକୁ ଡେଇଁ ପଡ଼ିଥିଲେ। ଖୁର୍ସିଦ ଧରିଥିବା ବ୍ୟାନରରେ ଲେଖାଥିଲା ୩୭୦ ଓ ୩୫ଏକୁ ପୁନଃ ଅବସ୍ଥାପିତ କରାଯାଉ। ଭାଜପା ସଦସ୍ୟମାନେ ମଧ୍ୟ ମଧ୍ୟଭାଗକୁ ଡେଇପଡ଼ିଥିଲେ। ସେମାନେ ଖୁର୍ସିଦଙ୍କ ହାତରୁ ପତାକା ଛଡ଼ାଇନେଇ ଚିରିଦେଇଥିଲେ। ପିପୁଲ୍ସ କନ୍‌ଫରେନ୍ସ ସଦସ୍ୟ ସଜାଦ ଲୋନ୍‌ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଆସିବାବେଳକୁ ଧସ୍ତାଧସ୍ତି ଓ ଠେଲାପେଲା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri