ବିଧାୟକ ଦେବୀ ମିଶ୍ରଙ୍କୁ ଠେଲାପେଲା

ନରସିଂହପୁର,୨୯।୧୨(ସ୍ବ.ପ୍ର.): ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଗଁା ରାଜନୀତି ସରଗରମ ହୋଇଥିବାବେଳେ ପ୍ରାର୍ଥୀ ଚୟନକୁ ନେଇ ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ ମଙ୍ଗଳବାର ବିରୋଧ କରାଯାଇଛି। କଟକ ଜିଲା ନରସିଂହପୁର ବ୍ଲକ ବାସେଳିହତା ଗ୍ରାମରେ କେତେଜଣ ଯୁବକ ବିଧାୟକ ମିଶ୍ରଙ୍କୁ ଠେଲାପେଲା କରିଛନ୍ତି। ଏହି ଗ୍ରାମରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିବା ପାଇଁ ବିଧାୟକ ମିଶ୍ର ସମର୍ଥକମାନଙ୍କ ସହ ଆସିଥିଲେ। ତାଙ୍କ ସହ ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ ଓ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର ଥିଲେ। ଗଁା ମୁଣ୍ଡରେ ପହଞ୍ଚତ୍ବା ପରେ ତାଙ୍କୁ ବିଜେଡି ନେତା ତଥା ପୂର୍ବତନ ସମିତିସଭ୍ୟ ବୀରକିଶୋର ଧଳଙ୍କ ସମର୍ଥକମାନେ ଭିତରକୁ ଛାଡ଼ି ନ ଥିଲେ। ସେମାନେ ବିଧାୟକଙ୍କୁ ଗାଳିଗୁଲଜ କରିବା ସହ ତାଙ୍କ ବ୍ୟକ୍ତିଗତ ସହାୟକ, ଅନ୍ୟ କେତେଜଣ ସମର୍ଥକଙ୍କୁ ମାଡ଼ ମାରିଥିଲେ। ଏନେଇ ଉଭୟ ଗୋଷ୍ଠୀ ଠେଲାପେଲା ଓ ହାତାହାତି ହୋଇଥିଲେ। ଖବରପାଇ କାନପୁର ପୋଲିସ ପହଞ୍ଚତ୍ ବିଧାୟକଙ୍କୁ ସୁରକ୍ଷା ଦେଇଥିଲା। ଏ ସମ୍ପର୍କରେ ବୀରକିଶୋର କହିଛନ୍ତି, ବାସେଳିହତା ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପଦବୀ ପାଇଁ ସେ ବିଧାୟକଙ୍କୁ କହିଥିଲେ, ଏହାସତ୍ତ୍ୱେ ତାଙ୍କୁ କୌଣସି ପଦବୀ ପାଇଁ ଚୟନ କରା ନ ଯିବାରୁ ଏଭଳି ବିରୋଧ କରାଯାଇଛି। ଏ ସମ୍ପର୍କରେ ବିଧାୟକ ମିଶ୍ର କହିଛନ୍ତି, ଏହା ଗ୍ରାମବାସୀଙ୍କ ବିରୋଧ ନୁହେଁ, ଜଣେ ଅସନ୍ତୁଷ୍ଟ ବିଜେଡି କର୍ମୀଙ୍କ ପ୍ରତିବାଦ। ଏହାକୁ ସମାଧାନ କରାଯିବ। ଏହି ଘଟଣାକୁ କେନ୍ଦ୍ରକରି ପଞ୍ଚାୟତରେ ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ପକ୍ଷରୁ ଏନେଇ ସଜାଗ ଦୃଷ୍ଟି ରଖାଯାଇଛି। ଏ ସମ୍ପର୍କରେ ଥାନାରେ ଏପର୍ଯ୍ୟନ୍ତ କୌଣସି ଅଭିଯୋଗ ହୋଇନାହିଁ ବୋଲି କାନପୁର ଆଇଆଇସି ରବୀନ୍ଦ କୁମାର ଭୁଜବଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri