ଚଳନ୍ତା ଟ୍ରେନରୁ ଯାତ୍ରୀଙ୍କୁ ଠେଲିଦେଲେ

କୋରାପୁଟ,୩୧।୩(ସ୍ବ.ପ୍ର.): କିରଣ୍ଡଳରୁ ବିଶାଖାପାଟଣା ଯାଉଥିବା ପାସେଞ୍ଜର ଟ୍ରେନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଯାତ୍ରୀ ଚଳନ୍ତା ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଇଥିବା ଅଭିଯୋଗ ହୋଇଛି। ଫଳରେ ଟ୍ରେନ୍‌ ଚକ ତଳେ ପଡ଼ି ଯୁବକଙ୍କ ଗୋଡ଼ କଟିଯାଇଛି। ସେ ହେଲେ ଜଗଦଳପୁର ଅଞ୍ଚଳର ଜାଭେଦ ମହମ୍ମଦ ବୋଲି ଜଣାପଡିଛି। ଜାଭେଦଙ୍କୁ ଗୁରୁତର ଅବସ୍ଥାରେ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଜିଆର୍‌ପି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, କିରଣ୍ଡାଳ-ବିଶାଖାପାଟଣା ପାସେଞ୍ଜର ଟ୍ରେନ ଜଗଦଳପୁରରୁ ବିଶାଖାପାଟଣା ଯାଉଥିଲା। ହେଲେ ପାଡୁଆ ଷ୍ଟେଶନ ପୂର୍ବରୁ ଜାଭେଦଙ୍କ ସହ ଟ୍ରେନ୍‌ରେ ଥିବା କେତେକ ଯାତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ଜାଭେଦ ପାଡୁଆ ଷ୍ଟେଶନରେ ଓହ୍ଲାଇବା ପାଇଁ ଟ୍ରେନ୍‌ ଗେଟ୍‌ ନିକଟରେ ବସି ରହିଥିଲେ। ସେତିକିବେଳେ ପୂର୍ବରୁ ପାଟିତୁଣ୍ଡ କରିଥିବା କେତେକ ଯାତ୍ରୀ ଜାଭେଦଙ୍କ ପାଖକୁ ଆସି ପଛରୁ ଠେଲିଦେଇଥିଲେ। ଜାଭେଦ ଟ୍ରେନ୍‌ରୁ ଖସିପଡି ଚକ ତଳେ ପଡି ଯାଇଥିଲେ। ଫଳରେ ଜାଭେଦଙ୍କ ଏକ ଗୋଡ କଟିଯାଇଥିଲା। ସ୍ଥାନୀୟ କେତେକ ବ୍ୟକ୍ତି ଜାଭେଦଙ୍କୁ ଉଦ୍ଧାର କରି ପ୍ରଥମେ ନନ୍ଦପୁର ମାଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri