Posted inଜାତୀୟ

ମୁଖ୍ୟମନ୍ତ୍ରୀ ନର୍ବାଚିତ ହେବା ପରେ ଧାମିଙ୍କ ପ୍ରଥମ ପ୍ରତିକ୍ରିୟା

ଡେରାଡୁନ,୨୧।୩: ଉତ୍ତରାଖଣ୍ଡରେ ଭାଜପା ପୁଣି ଥରେ ସରକାର ଗଠନ କରିଛି। ପୁଷ୍କର ସିଂହ ଧାମି ପୁଣି ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ବିଧାନସଭା ଦଳର ନେତା ଭାବେ ନିର୍ବାଚିତ ହେବା ପରେ ଧାମିଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଅନ୍ୟପଟେ ତାଙ୍କ ସମର୍ଥକମାନେ ମଧ୍ୟ ଉତ୍ସବ ପାଳନ କରିଛନ୍ତି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ହେବା ପରେ ଧାମିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ପୁଷ୍କର ସିଂ ଧାମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ରାଜ୍ୟର ମୁଖ୍ୟ ସେବକ ଭାବେ ତାଙ୍କୁ ପୁଣି ଦାୟିତ୍ୱ ଦିଆଯାଇଥିବାରୁ ସେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ହୃଦୟର ଅନ୍ତରରୁ କୃତଜ୍ଞତା ଜଣାଇଛନ୍ତି। ଯେଉଁମାନେ ତାଙ୍କ ପରି ଜଣେ ସାଧାରଣ କର୍ମୀଙ୍କୁ ଏହି ଦାୟିତ୍ୱ ପାଇଁ ଉପଯୁକ୍ତ ଭାବିଛନ୍ତି ସେମାନଙ୍କୁ ସେ ଅଶେଷ ଅଶେଷ ଧନ୍ୟବାଦ ଜଣାଇଛନ୍ତି। ମୁଁ ମୋର ସମସ୍ତ ମା’, ଭଉଣୀ, ବୃଦ୍ଧ ଏବଂ ଯୁବ ବନ୍ଧୁମାନଙ୍କୁ ନିଶ୍ଚିତ କରୁଛି ଯେ, ମୁଁ ସେମାନଙ୍କର ଆଶା ଏବଂ ଆକାଂକ୍ଷା ପୂରଣ କରିବାକୁ ଏବଂ ବିକାଶ ପଥରେ ରାଜ୍ୟକୁ ଆଗକୁ ନେବାକୁ ଦୃଢ଼ୀଭୂତ ବୋଲି ଧାମି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri