Posted inଜାତୀୟ

ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩ ।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି । ଡେରାଡୁନରେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ଦଳ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ତିରଥ ସିଂ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଏହି ପଦ ପାଇଁ ଅନେକଙ୍କ ନାଁ ଆଲୋଚନାକୁ ଆସିଥିଲା । ହେଲେ ଶେଷରେ ବାଜି ମାରିଲେ ପୁଷ୍କର ସିଂ ଧାମି ଶନିବାର ସନ୍ଧ୍ୟାରେ ହିଁ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି । ଏଥିପାଇଁ ରାଜଭବନରେ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଧାମି ଇତିମଧ୍ୟରେ ରାଜଭବନ ପହଞ୍ଚି ଯାଇଛନ୍ତି । ଧାମି ହେବେ ଉତ୍ତରାଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ । ଆର୍‌ଏସ୍‌ର ଅତି ନିକଟତର କୁହାଯାଉଥିବା ଧାମି ଭାଜପା ଯୁବ ମୋର୍ଚ୍ଚାର ପ୍ରଦେଶ ଅଧ୍ୟକ୍ଷ ବି ରହି ସାରିଛନ୍ତି । ଦୁଇଥର ବିଧାୟକ ମଧ୍ୟ ରହିଛନ୍ତି । ଧାମିଙ୍କ ଜନ୍ମ ୧୬ ସେପ୍ଟେମ୍ବର ୧୯୭୫ରେ ପିଥୌରାଗଡରେ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri