Posted inଜାତୀୟ

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମି

ଡେରାଡୁନ,୨୧।୩: ବିଧାନସଭା ନିର୍ବାଚନର ଫଳାଫଳ ପରେ ଉତ୍ତରାଖଣ୍ଡରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଲାଗିରହିଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁଷ୍କର ସିଂହ ଧାମି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ପୁଷ୍କର ସିଂହ ଧାମିଙ୍କ ନାମକୁ ମୋହର ଲଗାଇଛି। ସୋମବାର ଡେରାଡୁନରେ ଭାଜପା ବିଧାୟକଙ୍କ ଦଳର ଏକ ବୈଠକ ବସିଥିଲା। ଏହି ବୈଠକରେ ପର୍ଯ୍ୟବେକ୍ଷକ ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ସହପର୍ଯ୍ୟବେକ୍ଷକ ମୀନାକ୍ଷୀ ଲେଖି ଉପସ୍ଥିତ ରହିଥିଲେ। ଏହି ଅବସରରେ ରାଜନାଥ ଓ ମୀନାକ୍ଷୀ ନୂତନ ମୁଖ୍ୟମନ୍ତ୍ରୀ ଭାବେ ପୁଷ୍କର ସିଂହଙ୍କ ନାମକୁ ଘୋଷଣା କରିଥିଲେ। ଏଥିସହ ରାଜନାଥ ସିଂହ କହିଛନ୍ତି, ୬ମାସ କାର୍ଯ୍ୟକାଳ ମଧ୍ୟରେ ଉତ୍ତରାଖଣ୍ଡରେ ଧାମି ମୁଖ୍ୟମନ୍ତ୍ରୀ ଭାବେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ପୁଣିଥରେ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ବହୁମୁଖୀ ବିକାଶ କରିବେ ବୋଲି ଆଶାପୋଷଣ କରିଛନ୍ତି ରାଜନାଥ। ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ରେସ୍‌ରେ ପୁଷ୍କର ସିଂହ ଧାମି, ସତ୍‌ପାଲ ମହାରାଜ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଓ ଏମ୍‌ପି ଅନିଲ ବଲୁନି ସାମିଲ ରହିଥିଲେ। ସୂଚନାଯୋଗ୍ୟ, ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟ ହାସଲ କରିଥିବା ବେଳେ କିନ୍ତୁ ପୁଷ୍କର ଧାମି ନିର୍ବାଚନ ହାରିଯାଇଥିଲେ। ଯାହାପରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଦଳ ମଧ୍ୟରେ ସସ୍‌ପେନ୍ସ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri