ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌ ପୂର୍ବରୁ ଏହି ଚଳଚ୍ଚିତ୍ର ୧ ହଜାର କୋଟି ଟଙ୍କାର ବ୍ୟବସାୟ କରିପାରିଥିବା ଫିଲ୍ମ କ୍ଲବ୍‌ରେ ସାମିଲ ହୋଇପାରିଛି। ରିପୋର୍ଟ ଅନୁଯାୟୀ, ‘ପୁଷ୍ପା ୨’ ନିଜର ଥିଏଟ୍ରୀକାଲ ରାଇଟ୍ସକୁ ୬୪୯ କୋଟିରେ ବିକ୍ରି କରିଛି। ସେହିପରି ଏହି ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ନିଜର ଷ୍ଟ୍ରିମିଂ ରାଇଟ୍ସରୁ ମଧ୍ୟ ଭଲ ରୋଜଗାର କରିଛି। ଫିଲ୍ମଟି ନିଜର ଡିଜିଟାଲ୍‌ ରାଇଟ୍ସକୁ ଓଟିଟି ପ୍ଲାଟଫର୍ମ ନେଟ୍‌ଫ୍ଲିକ୍ସକୁ ୨୭୫ କୋଟି ଟଙ୍କାରେ ବିକ୍ରି କରିଛି। ସେହିପରି ଏହି ଚଳଚ୍ଚିତ୍ରର ମ୍ୟୁଜିକ୍‌ ରାଇଟ୍ସ ୬୫ କୋଟି ଟଙ୍କାରେ ବିକ୍ରି ହୋଇଛି । ଏହାର ସାଟେଲାଇଟ ରାଇଟ୍ସକୁ ମଧ୍ୟ ନିର୍ମାତାମାନେ ବିକ୍ରି କରି ୮୫ କୋଟି ଟଙ୍କା ରୋଜଗାର କରିଛନ୍ତି। ଅନ୍ୟପକ୍ଷରେ ଫିଲ୍ମର ନିର୍ମାତା ଏହାର ନନ୍‌ ଥିଏଟ୍ରୀକାଲ୍‌ ରାଇଟ୍ସକୁ ବିକ୍ରି କରି ୪୨୫ କୋଟି ଟଙ୍କା ରୋଜଗାର କରିଛନ୍ତି। ‘ପୁଷ୍ପା ୨: ଦି ରୁଲ୍‌’ ଫିଲ୍ମ ଆସନ୍ତା ଡିସେମ୍ବର ୬ରେ ମୁକ୍ତିଲାଭ କରିବାକୁ ଯାଉଛି। ରିଲିଜ୍‌ ପୂର୍ବରୁ ଏହି ଚଳଚ୍ଚିତ୍ର ଆନ୍ଧ୍ରପ୍ରଦେଶ ଏବଂ ତେଲଙ୍ଗାନାରୁ ୨୨୦ କୋଟି ଟଙ୍କା ରୋଜଗାର କରିଛି। ଏଥିସହିତ ଫିଲ୍ମଟି ଉତ୍ତର ଭାରତରେ ୨୦୦ କୋଟି, ତାମିଲନାଡୁରେ ୫୦ କୋଟି, କର୍ନାଟକରେ ୩୦ କୋଟି, କେରଳରେ ୨୦ କୋଟି ଏବଂ ଅନ୍ତର୍ଜାତୀୟ ବଜାରରେ ୧୪୦ କୋଟି ରୋଜଗାର କରିଛି। ସୁକୁମାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଅଲୁ ବିପକ୍ଷରେ ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri