ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌ ପୂର୍ବରୁ ଏହି ଚଳଚ୍ଚିତ୍ର ୧ ହଜାର କୋଟି ଟଙ୍କାର ବ୍ୟବସାୟ କରିପାରିଥିବା ଫିଲ୍ମ କ୍ଲବ୍‌ରେ ସାମିଲ ହୋଇପାରିଛି। ରିପୋର୍ଟ ଅନୁଯାୟୀ, ‘ପୁଷ୍ପା ୨’ ନିଜର ଥିଏଟ୍ରୀକାଲ ରାଇଟ୍ସକୁ ୬୪୯ କୋଟିରେ ବିକ୍ରି କରିଛି। ସେହିପରି ଏହି ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ନିଜର ଷ୍ଟ୍ରିମିଂ ରାଇଟ୍ସରୁ ମଧ୍ୟ ଭଲ ରୋଜଗାର କରିଛି। ଫିଲ୍ମଟି ନିଜର ଡିଜିଟାଲ୍‌ ରାଇଟ୍ସକୁ ଓଟିଟି ପ୍ଲାଟଫର୍ମ ନେଟ୍‌ଫ୍ଲିକ୍ସକୁ ୨୭୫ କୋଟି ଟଙ୍କାରେ ବିକ୍ରି କରିଛି। ସେହିପରି ଏହି ଚଳଚ୍ଚିତ୍ରର ମ୍ୟୁଜିକ୍‌ ରାଇଟ୍ସ ୬୫ କୋଟି ଟଙ୍କାରେ ବିକ୍ରି ହୋଇଛି । ଏହାର ସାଟେଲାଇଟ ରାଇଟ୍ସକୁ ମଧ୍ୟ ନିର୍ମାତାମାନେ ବିକ୍ରି କରି ୮୫ କୋଟି ଟଙ୍କା ରୋଜଗାର କରିଛନ୍ତି। ଅନ୍ୟପକ୍ଷରେ ଫିଲ୍ମର ନିର୍ମାତା ଏହାର ନନ୍‌ ଥିଏଟ୍ରୀକାଲ୍‌ ରାଇଟ୍ସକୁ ବିକ୍ରି କରି ୪୨୫ କୋଟି ଟଙ୍କା ରୋଜଗାର କରିଛନ୍ତି। ‘ପୁଷ୍ପା ୨: ଦି ରୁଲ୍‌’ ଫିଲ୍ମ ଆସନ୍ତା ଡିସେମ୍ବର ୬ରେ ମୁକ୍ତିଲାଭ କରିବାକୁ ଯାଉଛି। ରିଲିଜ୍‌ ପୂର୍ବରୁ ଏହି ଚଳଚ୍ଚିତ୍ର ଆନ୍ଧ୍ରପ୍ରଦେଶ ଏବଂ ତେଲଙ୍ଗାନାରୁ ୨୨୦ କୋଟି ଟଙ୍କା ରୋଜଗାର କରିଛି। ଏଥିସହିତ ଫିଲ୍ମଟି ଉତ୍ତର ଭାରତରେ ୨୦୦ କୋଟି, ତାମିଲନାଡୁରେ ୫୦ କୋଟି, କର୍ନାଟକରେ ୩୦ କୋଟି, କେରଳରେ ୨୦ କୋଟି ଏବଂ ଅନ୍ତର୍ଜାତୀୟ ବଜାରରେ ୧୪୦ କୋଟି ରୋଜଗାର କରିଛି। ସୁକୁମାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଅଲୁ ବିପକ୍ଷରେ ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri