ପୁଷ୍ପା-୨ ପ୍ରିମିୟରରେ ବଡ଼ ଦଳାଚକଟା, ମାଆ-ଛୁଆଙ୍କୁ ଚାପିଦେଲା ଭିଡ

ନୂଆଦିଲ୍ଲୀ,୫।୧୨: ରିଲିଜ ହୋଇଛି ‘ପୁଷ୍ପା ୨’ ପ୍ରିମିୟର। ତେବେ ହାଇଦ୍ରାବାଦରେ ରିଲିଜ୍‌ ହେବା ପୂର୍ବରୁ ସେଠାରେ ବଡ଼ ଅଘଟଣ ଘଟିଯାଇଛି। ହଠାତ୍‌ ଭିଡ ହୋଇ ଦଳାଚକଟା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି।

ଆଲ୍ଲୁ ଅର୍ଜୁନ ଏବଂ ତାଙ୍କ ଫିଲ୍ମ ‘ପୁଷ୍ପା ୨’ କୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ଥିଲା। ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିବା ପାଇଁ ଯେତେବେଳେ ସୁପରଷ୍ଟାର ଆଲ୍ଲୁ ପ୍ରିମିୟରରେ ପହଞ୍ଚିଲେ, ସେଠାରେ ପ୍ରବଳ ଭିଡ ହୋଇଯାଇଥିଲା। ଏହି ସମୟରେ ଦଳାଚକଟା ହୋଇଯାଇଥିଲା। ଆଉ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ଯେଉଁଥିରେ ଏକ ଶିଶୁ ମଧ୍ୟ ଗୁରୁତର ଆହତ ହେବା ସହ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଜଣକ ପୁଅ ସହ ତଳେ ପଡ଼ି ଯାଇଥିଲେ। ଏହାପରେ ସେ ଗୁରୁତରବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଯେଉଁଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ସୋସିଆଲ ମିଡିଆରେ ପ୍ରିମିୟରର ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ, ଜଣେ ଶିଶୁ ଚେତାଶୂନ୍ୟ ହୋଇ ଗୁରୁତର ଆଘାତ ହେଉଥିବା ଦେଖାଯାଉଛି । ଯେତେବେଳେ ପ୍ରଶଂସକମାନେ ଖବର ପାଇଲେ ଯେ ଆଲ୍ଲୁ ଅର୍ଜୁନ ହାଇଦ୍ରାବାଦର ଏକ ଥିଏଟରରେ ଫିଲ୍ମ ‘ପୁଷ୍ପା ୨’ ଦେଖିବାକୁ ଆସିବେ, ତାଙ୍କୁ ଦେଖିବା ପାଇଁ ସେଠାରେ ବହୁ ସଂଖ୍ୟାରେ ଲୋକ ଗହଳି ଜମାଇଥିଲେ। ଶେଷରେ ଯେତେବେଳେ ଆଲ୍ଲୁ ଆସିଲେ ଲୋକେ ନିୟନ୍ତ୍ରଣ ବାହାରକୁ ଚାଲିଗଲେ। ଏବଂ ଦଳାଚକଟା ପରିସ୍ଥିତି ଦେଖାଗଲା।

ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠୀ ଚାର୍ଜ ମଧ୍ୟ କରିଥିଲା, କିନ୍ତୁ ଯେତେବେଳେ ଲୋକମାନେ ଆଲ୍ଲୁ ଅର୍ଜୁନଙ୍କୁ ଦେଖିଲେ, ସେମାନେ ତାଙ୍କୁ ଭେଟିବାକୁ ଦୌଡିଥିଲେ। ଏଥିରେ ଅନେକ ଲୋକ ଆହତ ହେବାର ଖବର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri