ପୁଷ୍ପା-୨ ସୁଟିଂ ସେଟରେ ଅସୁସ୍ଥ ହେଲେ ଅଲୁ ଅର୍ଜୁନ, ଅଟକିଲା ସୁଟିଂ

ହାଇଦ୍ରାବାଦ,୨।୧୨: ସାଉଥ୍ ର ଷ୍ଟାଇଲିସ୍ ଷ୍ଟାର ଅଲୁ ଅର୍ଜୁନ ଆଜିକାଲି ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା ୨ ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ପୁଷ୍ପା ସୁଟିଂ ସେଟରୁ ଏକ ବଡ଼ ଖବର ଆସିଛି, ଯାହା ଶୁଣିବା ପରେ ଅଲୁ ଅର୍ଜୁନଙ୍କ ପ୍ରଶଂସକମାନେ ନିରାଶ ହୋଇପାରନ୍ତି।

କୁହାଯାଉଛି ଯେ ଫିଲ୍ମର ସୁଟିଂ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। ଫିଲ୍ମର ଏକ ଗୁରୁତ୍ୱପୂର୍ଣ୍ଣ କ୍ରମର ସୁଟିଂ କରିବା ସମୟରେ ଅଲୁ ଅର୍ଜୁନ ଆହତ ହୋଇଥିଲେ। ଏହି କାରଣରୁ ନିର୍ମାତାମାନେ ଶୁଟିଂକୁ କିଛି ଦିନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଅଲୁ ଅର୍ଜୁନଙ୍କ ଟିମ୍ ମିଡ଼ିଆକୁ ଏହି ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ, ଫାଇଟ ସିନର ସୁଟିଂ କରୁଥିବା ସମୟରେ ଅଲୁ ଅର୍ଜୁନଙ୍କ ପିଠିରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ ଡାକ୍ତରମାନେ ତାଙ୍କୁ ବର୍ତ୍ତମାନ ପାଇଁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ଏବେ ଫିଲ୍ମର ସୁଟିଂ ଡିସେମ୍ବର ଦ୍ୱିତୀୟ ସପ୍ତାହରୁ ଆରମ୍ଭ ହେବ।

ଫିଲ୍ମ ପୁଷ୍ପା-୨ ଆସନ୍ତା ବର୍ଷ ଅଗଷ୍ଟ ୧୫ ରେ ପ୍ରେକ୍ଷାଳୟକୁ ଆସିବ। ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଜବରଦସ୍ତ କ୍ରେଜ୍ ରହିଛି। ପ୍ରଶଂସକମାନେ ଉତ୍ସାହର ସହିତ ଫିଲ୍ମକୁ ଅପେକ୍ଷା କରିଛନ୍ତି। ଏହି ଚଳଚ୍ଚିତ୍ରର ପ୍ରଥମ ଭାଗ ବକ୍ସ ଅଫିସରେ ଏକ ବ୍ଲକବଷ୍ଟର ବୋଲି ପ୍ରମାଣିତ ହୋଇଥିଲା। ସେହିପରି ଏହାର ଦ୍ୱିତୀୟ ଭାଗ ମଧ୍ୟ ସେଇନମ ହଲ୍ରେ ଚହଳ ପକାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?