ଡିସେମ୍ବରରେ ଆସିବ ପୁଷ୍ପାର ପାର୍ଟ-୨

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’କୁ ନେଇ ଏବେ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ବଢିଛି। ଫିଲ୍ମକୁ ଦେଖିବା ପାଇଁ ସିନେମା ହଲ୍‌କୁ ଦର୍ଶକଙ୍କ ସୁଅ ଛୁଟୁଛି। ପୁଷ୍ପା: ଦି ରାଇଜ ସଫଳତା ପାଇସାରିଥିବା ବେଳେ ଫିଲ୍ମର ନିର୍ମାତା ପୁଷ୍ପାର ଦ୍ୱିିିତୀୟ ଭାଗ ଆସିବା ନେଇ ପ୍ରସ୍ତୁତି କରୁଛନ୍ତି। ତେବେ ସେହି ଫିଲ୍ମର ନାମ ପୁଷ୍ପା: ଦି ରୁଲ ହେବ ବୋଲି ଜଣାପଡିଛି। ରଶ୍ମିକା ଏକ ସାକ୍ଷାତକାରରେ ଫିଲ୍ମର ଶୁଟ୍‌ ଉପରେ କିଛି ଅପ୍‌ଡେଟ ଶେୟାର କରିଛନ୍ତି। ଆସନ୍ତା ମାର୍ଚ୍ଚରେ ପୁଷ୍ପା: ଦି ରୁଲ ପାଇଁ ଶୁଟିଂ ଆରମ୍ଭ କରିବେ ବୋଲି ସେ କହିଛନ୍ତି। ଫିଲ୍ମଟି ଚଳିତ ବର୍ଷ ଡିସେମ୍ବରରେ ରିଲିଜ୍‌ ହେବାର କାର୍ଯ୍ୟକ୍ରମ ରହିଛି। ରଶ୍ମିକା ଏହା ମଧ୍ୟ କହିଛନ୍ତି ଯେ, ସେ ପୁଷ୍ପା: ଦି ରୁଲ ଉପରେ କାମ ଆରମ୍ଭ କରିବାକୁ ଅପେକ୍ଷା କରିଛନ୍ତି।
ପୁଷ୍ପା ଦୁଇଟି ଭାଗରେ ରିଲିଜ୍‌ ହେବ। ୨୦୨୧ରେ ପାର୍ଟ ୧ ଏବଂ ଦ୍ୱିତୀୟଟି ୨୦୨୨ରେ ରିଲିଜ୍‌ ହେବା ନେଇ ଗତ ବର୍ଷ ମେ’ରେ ନିର୍ମାତା ଘୋଷଣା କରିଥିଲେ। ପୁଷ୍ପାର ପ୍ରଥମ ଭାଗଟି ଡିସେମ୍ବର ୧୭ରେ ପ୍ରେକ୍ଷାଳୟରେ ରିଲିଜ୍‌ ହୋଇଥିଲା। ଏହାକୁ ଲୋକମାନେ ମଧ୍ୟ ବେଶ୍‌ ପ୍ରସଂଶା କରିଛନ୍ତି। ଫିଲ୍ମଟି ଏକାସାଙ୍ଗରେ ପାଞ୍ଚଟି ଭାଷାରେ ମୁକ୍ତିଲାଭ କରିଥିଲା । ସୁକୁମାର ଏହାକୁ ନିର୍ଦ୍ଦେଶନା ଦେଇଛନ୍ତି। ପ୍ରଥମ ଭାଗଟି ସମସ୍ତ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଥିବା ବେଳେ ପ୍ରଶଂସକମାନେ ଦ୍ୱିତୀୟ ଭାଗଟି କେତେ ଭଲ ହେବ ତାହା ଦେଖିବା ପାଇଁ ଅତ୍ୟଧିକ ଉତ୍ସାହିତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri