ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ ବନବୀର ଗ୍ରାମର ସୁଶିଲ ଚନ୍ଦ୍ର ନାଏକଙ୍କ ଝିଅ ପୁଷ୍ପାଞ୍ଜଳୀ ନାଏକ (୨୦) ବୋଲି ଜଣାପଡ଼ିଛି ।
ସୂଚନା ଅନୁଯାୟୀ, ପୁଷ୍ପାଞ୍ଜଳୀ ବୁଧବାର ଦିନ ପ୍ରାୟ ୨ଟା ସମୟରେ ଘରୁ ବାହାରି ଯାଇଥିଲେ। ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଏକ ଆମ୍ବଗଛରେ ତାଙ୍କର ଝୁଲନ୍ତା ମୃତ ଦେହ ଦେଖି ପରିବାରଲୋକ ଓ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପାଟଣା ଥାନା ଏ ଏସ ସ୍‌ଆଇ ଧନେଶ୍ୱର ପାତ୍ର ଓ ୧୧୨ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।
ଯୁବତୀଙ୍କ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା ବେଳେ ଯୁବତୀଙ୍କ ଗୋଡ଼ ହାତ ରେ ଅନେକ କ୍ଷତ ଥିବା ଦେଖିବାକୁ ମିଳିଛି । ବ୍ୟବଚ୍ଛେଦ ରିପୋର୍ଟ୍ ଅସିଲେ କାରଣ ସ୍ପଷ୍ଟ ହେବ ବୋଲି ଥାନା ଏଏସଆଇ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜାପଲ୍ଲୀରେ ଶିଶୁ ମହୋତ୍ସବ ‘ସୁରଭି’: କୋମଳମତି ଶିଶୁଙ୍କ ନୃତ୍ୟ କଳାରେ ମନ୍ତ୍ରମୁଗ୍ଧ ହେଲେ ଦର୍ଶକ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଅଧୀନ ବଜାପଲ୍ଲୀ ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଗୋକର୍ଣ୍ଣପୁର…

ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…

ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?