ଆବାସ ଯୋଜନାରୁ ବଞ୍ଚିତ ପୁଷ୍ପଲତା

ବୋଲଗଡ଼,୨୩ା୧୨(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଖଙ୍ଗୁରିଆ ଗ୍ରାମରେ ଆବାସ ଯୋଜନାରେ ଚଞ୍ଚକତା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଚାଳ ଛପର ଘରେ ପରିବାର ସହ ବାସ କରୁଥିବା ୩୭ଜଣ ବିପିଏଲ ହିତାଧିକାରୀଙ୍କ ନାମ ପୂର୍ବରୁ ଆବାସ ଯୋଜନା ତାଲିକାରେ ରହିଥିବା ବେଳେ ଚଳିତ ଥର ଏହି ତାଲିକରୁ ସେମାନଙ୍କ ନାମ ବାଦ୍‌ ପଡ଼ିଛି। ହିତାଧିକାରୀନେ ଗତ କିଛିଦିନ ହେବ ବ୍ଲକ କାର୍ଯ୍ୟାଳୟକୁ ଆସି ବିଡିଓଙ୍କୁ ଦେଖା ନ ପାଇ ଧାରଣା ଦେବାକୁ ଯାଉଥିବା ବେଳେ ଏବିଡିଓ ରତିକାନ୍ତ ମିଶ୍ର ପହଞ୍ଚି ସେମାନଙ୍କୁ ବୁଝାଶୁୁଝା କରିଥିଲେ। ତେବେ ବୁଧବାର ବିଧାୟକ ରାଜେନ୍ଦ୍ର ସାହୁ ବ୍ଲକ ଆସିଥିବା ବେଳେ ହିତାଧିକାରୀମାନେ ଘଟଣା ବାବଦରେ ଜଣାଇଥିଲେ। ଏହା ପରେ ବିଧାୟକ ସାହୁ ବିଡିଓ ଧୋବେଇ ନାୟକଙ୍କୁ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ଖଙ୍ଗୁରିଆ ଗ୍ରାମର କୀର୍ତ୍ତନ ଉତ୍ତରକବାଟଙ୍କ ସ୍ତ୍ରୀ ପୁଷ୍ପଲତାଙ୍କ ପରିବାର ଚାଳ ଛପର ଘରେ ବସବାସ କରୁଥିବା ବେଳେ ଗତ ୩ବର୍ଷ ଧରି ଆବାସ ଯୋଜନାରେ ଘର ପାଇଁ ଆବେଦନ କରି ନିରାଶ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆ ନ ଗଲେ ପରିବାର ସହ ଆସନ୍ତା ୨୭ ତାରିଖରେ ବ୍ଲକ ସମ୍ମୁଖରେ ଆମରଣ ଅନଶନ କରିବେ ବୋଲି ପୁଷ୍ପଲତା କହିଛନ୍ତି। ଏନେଇ ସେ ବିଡିଓ, ଥାନାଧିକାରୀ, ତହସିଲଦାର, ଜିଲାପାଳଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri