ବର୍ଷାଙ୍କ ପରେ ଅନୁଭବଙ୍କ ମୁହଁରେ ହସ ଫୁଟାଇଲେ ଏହି ଯୁବତୀ

ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏହି ଫଟୋରେ ସେ ତାଙ୍କର ବାନ୍ଧବୀ ତଥା ରାଜ୍ୟସଭା ଟିଭିର ଉପସ୍ଥାପିକା ଜାଗୃତି ଶୁକ୍ଳାଙ୍କ ସହ ନଜର ଆସିଛନ୍ତି। ଏବେ ଏହି ଦୁହିଁଙ୍କ ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଖାଲି ଜାଗୃତି ନୁହଁ ଏହି ଫଟୋରେ ଅନୁଭବ-ବର୍ଷା ପ୍ରିୟଦର୍ଶିନୀଙ୍କ କେସ୍‌ ଲଢୁଥିବା ଅନୁଭବଙ୍କ ଓକିଲ ଅଶ୍ୱିନୀ ଦୁବେ ମଧ୍ୟ ଅଛନ୍ତି।

ଫଟୋ ଶେୟାର କରି ଅନୁଭବ ଅଶ୍ୱିନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଅଶ୍ୱିନୀ, ଜାଗୃତି ଏବଂ ଅନୁଭବ ଏକାଠି ହୋଇ କେକ୍‌ କାଟୁଥିବା ଦେଖିବାକୁ ମିଳିଛି। ଅନୁଭବ ଏହି ସମୟର ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ମୋ’ ବାନ୍ଧବୀ ଜାଗୃତିଙ୍କୁ ଧନ୍ୟବାଦ। ଯେ କି ମୋ’ ଦୁଃଖ ସମୟରେ ମୋ’ ଓଠରେ ହସ ଫୁଟାଇଛନ୍ତି। ପୂର୍ବରୁ ମଧ୍ୟ ଅନୁଭବ-ଜାଗୃତିଙ୍କୁ ନେଇ ନାନା ଚର୍ଚ୍ଚା ହେଉଥିଲା।

ଅନ୍ୟପକ୍ଷରେ ବର୍ଷା-ଅନୁଭବଙ୍କ ମଧ୍ୟରେ ବୈବାହିକ ବିବାଦର ସମାଧାନ ପାଇଁ ସୁପ୍ରିମକୋର୍ଟ ମଧ୍ୟସ୍ଥତା କେନ୍ଦ୍ରରେ ଗୁରୁବାର ୬ଷ୍ଠ ପର୍ଯ୍ୟାୟ ଆଲୋଚନା ହୋଇଥିଲା। ଅନୁଭବଙ୍କ ଓକିଲ ଅଶ୍ୱିନୀ ଦୁବେଙ୍କ କହିବା ଅନୁଯାୟୀ, ଆଇନଜୀବୀ ପୂଜା ଆନନ୍ଦ ଆଲୋଚନା ବେଳେ ମଧ୍ୟସ୍ଥତା କରିଥିଲେ। ଆପୋସ ବୁଝାମଣା ମାଧ୍ୟମରେ ବିବାଦର ସମାଧାନ ଲାଗି ସମ୍ଭାବ୍ୟ ପନ୍ଥା ବାହାର କରିବାକୁ ଅକ୍ଟୋବର ୧୬ରେ ସୁପ୍ରିମକୋର୍ଟ ଉଭୟ ବର୍ଷା ଓ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାମଲା ଅନ୍ୟ କୋର୍ଟକୁ ସ୍ଥାନାନ୍ତର ଲାଗି ବର୍ଷାଙ୍କ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି କରି ଜଷ୍ଟିସ୍‌ ହୃଷୀକେଶ ରାୟଙ୍କ ଖଣ୍ଡପୀଠ ଉଭୟଙ୍କୁ ସୁପ୍ରିମକୋର୍ଟ ମଧ୍ୟସ୍ଥ କେନ୍ଦ୍ରରେ ହାଜର ହେବାକୁ କହିଥିଲେ। ଜୁଲାଇ ୭ରେ ଅନୁଭବ ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟରେ ଛାଡ଼ପତ୍ର ପିଟିଶନ ଦାଏର କରିଥିବାବେଳେ ଏହାକୁ କଟକର ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତର ପାଇଁ ବର୍ଷା ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri