ଅନାଥ ଶିଶୁଙ୍କ ମୁହଁରେ ହସ ଫୁଟାଇଲେ

ପାରଳାଖେମୁଣ୍ଡି,୧୫ା୧୧(ଡି.ଏନ୍‌.ଏ.): ଶିଶୁ ଦିବସରେ ଅନାଥ ଆଶ୍ରମର ଅନ୍ତେବାସୀଙ୍କୁ ହଲ୍‌ରେ ଫିଲ୍ମ ଦେଖାଇ ସେମାନଙ୍କ ମୁହଁରେ ହସ ଫୁଟାଇବାକୁ ଜଣେ ସାମାଜିକ କର୍ମୀ ନିଆରା ପ୍ରୟାସ କରିଛନ୍ତି। ପିଲାମାନଙ୍କୁ ହଲ୍‌କୁ ନେଇ ଦେଶ ତଥା ସମାଜ ପ୍ରତି ଦାୟିତ୍ୱବୋଧ ଉପରେ ଆଧାରିତ ଏକ ଓଡ଼ିଆ ଚଳଚିତ୍ର ଦେଖାଇଛନ୍ତି। ଅନ୍ୟପକ୍ଷରେ ଚଳଚ୍ଚିତ୍ର ଦେଖିବାକୁ ସୁଯୋଗ ପାଇଥିବାରୁ ପିଲାମାନେ ବହୁତ ଖୁସି ହୋଇଛନ୍ତି।
ଗଜପତି ଜିଲା ପାରଳାଖେମୁଣ୍ଡିରେ ରହିଛି ନବଜୀବନ ଅନାଥ ଆଶ୍ରମ। ଏନ୍‌ଜିଓ ଦ୍ୱାରା ପରିଚାଳିତ ଏହି ଆଶ୍ରମରେ ପ୍ରାୟ ୮୦ ଜଣ ଅସହାୟ ନାବାଳିକା ଓ ନାବାଳକ ଅଛନ୍ତି। ଶିଶୁ ଦିବସରେ ପାରଳାଖେମୁଣ୍ଡିର ସାମାଜିକ କର୍ମୀ ତଥା ଜିଲା ଯୁବ ବିଜେଡିର ସମ୍ପାଦକ ଦେବୀ ପ୍ରସାଦ ଦାସ ନବଜୀବନର ସମସ୍ତ ପିଲାଙ୍କୁ ସ୍ଥାନୀୟ ଏକ ହଲ୍‌କୁ ନେଇ ପ୍ରେରଣାଦାୟୀ ଓଡ଼ିଆ ଚଳଚ୍ଚିତ୍ର ‘ଦାମନ’ ଦେଖାଇଛନ୍ତି। ଏହି ଚଳଚ୍ଚିତ୍ରଟି ମାଲକାନଗିରି ଅଞ୍ଚଳର ଏକ ବାସ୍ତବ ଘଟଣା ଉପରେ ଆଧାରିତ। ଜଣେ ଡାକ୍ତରଙ୍କ ପ୍ରକୃତ କାହାଣୀ। ସେ ଜନସାଧାରଣଙ୍କୁ ଭଲ ପାଉଥିବା ବେଳେ ଦୁର୍ଗମ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ଆପ୍ରାଣ ଉଦ୍ୟମ କରିଛନ୍ତି। ଓଡିଆ ଅଭିନେତା ବାବୁଶାନଙ୍କ ଡାକ୍ତର ଭୂମିକା ଦର୍ଶକଙ୍କୁ ବେଶ ଆକୃଷ୍ଟ କରିପାରିଛି। ପାଠପଢା ସରିବା ପରେ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇ ଜନସାଧାରଣଙ୍କ ସେବାରେ ନିୟୋଜିତ ହେବାକୁ ଥିବା ଯୁବତୀ ଯୁବକଙ୍କୁ ଏହା ଉତ୍ସାହିତ କରୁଛି। ଅନାଥ ଆଶ୍ରମର ପିଲାମାନେ ଫିଲ୍ମ ଦେଖି ଉତ୍ସାହିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri