ଆଇସିସି ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତାବ ଦେଲେ ପୁଟିନଙ୍କ ସହଯୋଗୀ…

ମସ୍କୋ,୨୫।୩ : ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ୱାରେଣ୍ଟ ଜାରି କରିଛି। ତେବେ ଏହାର ପରଦିନ ପୁଟିନ ୟୁକ୍ରେନ ସହରର ମାରିଓପୋଲ ରାସ୍ତାରେ ବୁଲୁଥିବାର ନଜର ଆସିଥିଲେ।

ଏହାକୁ ନେଇ ରାଷ୍ଟ୍ରପତି ପୁଟିନଙ୍କ ସହଯୋଗୀ ତଥା ରୁଷିଆର ସଂସଦୀୟ ବକ୍ତା ଶନିବାର ଅନ୍ତର୍ଜାତୀୟ ଅପରାଧ କୋର୍ଟ (ଆଇସିସି) ର କାର୍ଯ୍ୟକଳାପ ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତାବ ଦେଇଛନ୍ତି।

ପୁଟିନଙ୍କ ସହଯୋଗୀ ଭାୟାଚେସ୍ଲାଭ ଭୋଲୋଡିନ କହିଛନ୍ତି ଯେ ଆଇସିସି କାର୍ଯ୍ୟକଳାପକୁ ନିଷିଦ୍ଧ କରିବା ପାଇଁ ରୁଷିଆର ଆଇନରେ ସଂଶୋଧନ କରାଯିବା ଉଚିତ। ଏହା ବ୍ୟତୀତ ଯେଉଁମାନେ ଆଇସିସିକୁ ସହାୟତା ଏବଂ ସମର୍ଥନ ଦେଉଛନ୍ତି ସେମାନଙ୍କୁ ଦଣ୍ଡ ଦିଆଯିବା ଉଚିତ।

ଟେଲିଗ୍ରାମ ପୋଷ୍ଟରେ ଭାୟାସ୍ଲାଭ ଭୋଲୋଡିନ କହିଛନ୍ତି ଯେ ଆମ ଦେଶର ଅଞ୍ଚଳରେ ଆଇସିସି କାର୍ଯ୍ୟକଳାପକୁ ବାରଣ କରୁଥିବା ଆଇନରେ ସଂଶୋଧନ କରିବା ଆବଶ୍ୟକ। ଭୋଲୋଡିନ କହିଛନ୍ତି ଯେ ଆମେରିକା ଏହାର ନାଗରିକମାନଙ୍କୁ ହେଗ କୋର୍ଟରେ ଦୋଷୀ ସାବ୍ୟସ୍ତ ନକରିବାକୁ ଆଇନ ପ୍ରଣୟନ କରିଛି ଏବଂ ରୁଷିଆ ଏହା ଜାରି ରଖିବା ଉଚିତ। ରୁଷିଆ ଆଇସିସି ପାଇଁ କୌଣସି ସହାୟତା କିମ୍ବା ସମର୍ଥନ ପ୍ରଦାନ କରିବା ଆଇନ ଅନୁଯାୟୀ ଦଣ୍ଡନୀୟ ହେବା ଜରୁରୀ॥

ସୂଚନାଯୋଗ୍ୟ, ରୁଷିଆ, ଆମେରିକା ଏବଂ ଚୀନ ଭଳି ପ୍ରମୁଖ ଶକ୍ତି ଆଇସିସିର ସଦସ୍ୟ ନୁହଁନ୍ତି, ଯଦିଓ ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ ଏବଂ ତାଜିକିସ୍ତାନ ଭଳି କିଛି ପୂର୍ବତନ ସୋଭିଏତ ଗଣତନ୍ତ୍ର ସମେତ ୧୨୩ ଦେଶ ଏହାର ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri