ଆଇସିସି ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତାବ ଦେଲେ ପୁଟିନଙ୍କ ସହଯୋଗୀ…

ମସ୍କୋ,୨୫।୩ : ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ୱାରେଣ୍ଟ ଜାରି କରିଛି। ତେବେ ଏହାର ପରଦିନ ପୁଟିନ ୟୁକ୍ରେନ ସହରର ମାରିଓପୋଲ ରାସ୍ତାରେ ବୁଲୁଥିବାର ନଜର ଆସିଥିଲେ।

ଏହାକୁ ନେଇ ରାଷ୍ଟ୍ରପତି ପୁଟିନଙ୍କ ସହଯୋଗୀ ତଥା ରୁଷିଆର ସଂସଦୀୟ ବକ୍ତା ଶନିବାର ଅନ୍ତର୍ଜାତୀୟ ଅପରାଧ କୋର୍ଟ (ଆଇସିସି) ର କାର୍ଯ୍ୟକଳାପ ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତାବ ଦେଇଛନ୍ତି।

ପୁଟିନଙ୍କ ସହଯୋଗୀ ଭାୟାଚେସ୍ଲାଭ ଭୋଲୋଡିନ କହିଛନ୍ତି ଯେ ଆଇସିସି କାର୍ଯ୍ୟକଳାପକୁ ନିଷିଦ୍ଧ କରିବା ପାଇଁ ରୁଷିଆର ଆଇନରେ ସଂଶୋଧନ କରାଯିବା ଉଚିତ। ଏହା ବ୍ୟତୀତ ଯେଉଁମାନେ ଆଇସିସିକୁ ସହାୟତା ଏବଂ ସମର୍ଥନ ଦେଉଛନ୍ତି ସେମାନଙ୍କୁ ଦଣ୍ଡ ଦିଆଯିବା ଉଚିତ।

ଟେଲିଗ୍ରାମ ପୋଷ୍ଟରେ ଭାୟାସ୍ଲାଭ ଭୋଲୋଡିନ କହିଛନ୍ତି ଯେ ଆମ ଦେଶର ଅଞ୍ଚଳରେ ଆଇସିସି କାର୍ଯ୍ୟକଳାପକୁ ବାରଣ କରୁଥିବା ଆଇନରେ ସଂଶୋଧନ କରିବା ଆବଶ୍ୟକ। ଭୋଲୋଡିନ କହିଛନ୍ତି ଯେ ଆମେରିକା ଏହାର ନାଗରିକମାନଙ୍କୁ ହେଗ କୋର୍ଟରେ ଦୋଷୀ ସାବ୍ୟସ୍ତ ନକରିବାକୁ ଆଇନ ପ୍ରଣୟନ କରିଛି ଏବଂ ରୁଷିଆ ଏହା ଜାରି ରଖିବା ଉଚିତ। ରୁଷିଆ ଆଇସିସି ପାଇଁ କୌଣସି ସହାୟତା କିମ୍ବା ସମର୍ଥନ ପ୍ରଦାନ କରିବା ଆଇନ ଅନୁଯାୟୀ ଦଣ୍ଡନୀୟ ହେବା ଜରୁରୀ॥

ସୂଚନାଯୋଗ୍ୟ, ରୁଷିଆ, ଆମେରିକା ଏବଂ ଚୀନ ଭଳି ପ୍ରମୁଖ ଶକ୍ତି ଆଇସିସିର ସଦସ୍ୟ ନୁହଁନ୍ତି, ଯଦିଓ ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ ଏବଂ ତାଜିକିସ୍ତାନ ଭଳି କିଛି ପୂର୍ବତନ ସୋଭିଏତ ଗଣତନ୍ତ୍ର ସମେତ ୧୨୩ ଦେଶ ଏହାର ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri