ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ମୋଦିଙ୍କୁ ଏବେଠୁ ଶୁଭେଚ୍ଛା ଜଣାଇଲେ ପୁଟିନ୍‌

ମସ୍କୋ/ନୂଆଦିଲ୍ଲୀ,୨୮ା୧୨: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଗୁଆ ଶୁଭେଚ୍ଛା ଜଣାଇଛନ୍ତି। ପୁଟିନ୍‌ କହିଛନ୍ତି, ମୋ’ ବନ୍ଧୁଙ୍କର ସମସ୍ତ ସଫଳତା କାମନା କରୁଛି ଏବଂ ରାଜନୈତିକ ଶକ୍ତିର ସମନ୍ବୟ ଯାହା ହେଉନା କାହିଁକି ନୂଆଦିଲ୍ଲୀ ଏବଂ ମସ୍କୋ ମଧ୍ୟରେ ପାରମ୍ପାରିକ ତଥା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିବ ବୋଲି ସେ କହିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ ଏକ ବୈଠକରେ ପୁଟିନ୍‌ ଏହି ମନ୍ତବ୍ୟ ଦେଇ ପ୍ରଧାନମନ୍ତ୍ରୀଙ୍କୁ ରୁଷିଆ ଗସ୍ତ ପାଇଁ ନିମନ୍ତ୍ରଣ କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସେ ୟୁକ୍ରେନର ବିକାଶ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ସେ କହିଛନ୍ତି, ଅନେକ ଥର ମୁଁ ତାଙ୍କୁ ପରାମର୍ଶ ଦେଇଥିଲି ସେଠାରେ କିପରି ଚାଲିଛି ଏବଂ ମୁଁ ଜାଣେ ଯେ ସେ (ମୋଦି) ଯଥାସମ୍ଭବ ଉଦ୍ୟମ କରିବାକୁ ଚାହୁଁଛନ୍ତି। ଯାହା ଦ୍ୱାରା ଶାନ୍ତିପୂର୍ଣ୍ଣ ଉପାୟରେ ଏହି ସମସ୍ୟାର ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ...

ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ

ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି,...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri