ଯୁଦ୍ଧରେ ଆମେରିକା ଯୋଗଦେଲେ ଆଣବିକ ଶକ୍ତି ବ୍ୟବହାର କରିପାରନ୍ତି ପୁଟିନ୍‌ , ନ୍ୟୁଜ୍‌ ଏଜେନ୍ସି ପକ୍ଷରୁ ସୂଚନା…

ମସ୍କୋ/କ୍ୱିଭ୍‌, ୨୬।୨ : ୟୁକ୍ରେନ ଉପରେ ଆକ୍ରମଣର ତୃତୀୟ ଦିନ ବିତିଛି। ରୁଷିଆ ଦାବି କରିଛି ଯେ ଆକ୍ରମଣରେ ୟୁକ୍ରେନର ୮୦୦ ସାମରିକ ଶିବିର ଧ୍ୱଂସ ହୋଇଛି। ସେଥିମଧ୍ୟରେ ୧୪ ଟି ସାମରିକ ଏୟାରଫିଲ୍ଡ, ୧୯ ଟି କମାଣ୍ଡ ପୋଷ୍ଟ, ୧୪ ଟି ଏସ୍‌-୩୦୦ ଆଣ୍ଟି-ଏୟାରକ୍ରାଫ୍ଟ ମିଜାଇଲ ସିଷ୍ଟମ ଏବଂ ୪୮ ଟି ରାଡାର ଷ୍ଟେଶନ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ୟୁକ୍ରେନ ନୌସେନାର ୮ଟି ଜାହାଜ ମଧ୍ୟ ନଷ୍ଟ ହୋଇଯାଇଛି।

ନ୍ୟୁୟର୍କ ଟାଇମ୍ସର ସଦ୍ୟତମ ରିପୋର୍ଟରେ କୁହାଯାଇଛି ଯେ ୟୁକ୍ରେନର ସାମୁଦ୍ରିକ ସୀମାରେ ଜାପାନର ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି। ଜାହାଜର ଏକ ଅଂଶରେ ନିଆଁ ଲାଗିଯାଇଛି। ଜାହାଜର ବହୁତ କ୍ଷତି ହୋଇଛି। ମରାମତି ପାଇଁ ଏହି ଜାହାଜର ତୁର୍କୀକୁ ଅଣାଯାଉଛି। ଏକ ବିପଜ୍ଜନକ ଅବସ୍ଥାରେ ଯୁଦ୍ଧ ପହଞ୍ଚିଥିବା ନ୍ୟୁୟର୍କ ଟାଇମ୍ସ କହିଛି।

ନ୍ୟୁଜ ଏଜେନ୍ସି ଏପି ଦାବି କରିଛି ଯେ ଯଦି ଆମେରିକା ଏବଂ ନାଟୋ ଯୁଦ୍ଧରେ ସିଧାସଳଖ ଅଂଶଗ୍ରହଣ କରନ୍ତି, ତେବେ ରୁଷିଆର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ଆଣବିକ ଶକ୍ତି ବ୍ୟବହାର କରିପାରନ୍ତି। ମେଲିଟୋପୋଲ ସହରକୁ ରୁଷିଆ ମଧ୍ୟ କବଜା କରିଛି।

ଯୁଦ୍ଧରେ ୩୫୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଟ୍ୟାଙ୍କ, ୧୪ ବିମାନ ଏବଂ ୮ ହେଲିକପ୍ଟର ଧ୍ୱଂସ ହୋଇଥିବା ୟୁକ୍ରେନ ଦାବି କରିଛି।

ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି, ବ୍ରିଟେନ ଏବଂ ଆମେରିକା ସମେତ ମୋଟ ୨୮ ଟି ଦେଶ ଆମକୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ରୁଷିଆର ମୁକାବିଲା ପାଇଁ ସେମାନେ ଆମକୁ ଅସ୍ତ୍ରଶସ୍ତ୍ର ଏବଂ ଅନ୍ୟାନ୍ୟ ସାମରିକ ଉପକରଣ ସେମାନେ ଯୋଗାଇ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri