କାନ୍ଦିଲେ ପୁଟିନ୍‌…

ମସ୍କୋ,୧୧।୯: ରୁଷିଆର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କୁ ସର୍ବ ସମ୍ମୁଖରେ କାନ୍ଦୁଥିବାର ଦେଖିବାକୁ ମିଳିଛି। ନିଜର ବନ୍ଧୁ ତଥା ପୁଟିନ୍‌ଙ୍କ କ୍ୟାବିନେଟ୍‌ର ଜରୁରୀକାଳୀନ ପରିସ୍ଥିତି ମନ୍ତ୍ରୀ ୟଓ୍ବେଗେନି ଜିନିଚଓ୍ବେଙ୍କର ଅନ୍ତିମ ସଂସ୍କାରରେ ଯୋଗଦେଇ ଥିବା ସମୟରେ ଲୋକେ ସର୍ବଶକ୍ତିମାନ ରାଷ୍ଟ୍ରପତିଙ୍କୁ କାନ୍ଦୁଥିବାର ଦେଖିଛନ୍ତି। ଏହାର ଫଟୋ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଆକର୍ଟିକ ଏକ୍ସରସାଇଜ୍‌ ଡ୍ରିଲ୍‌ ସମୟରେ ଜଣେ ବ୍ୟକ୍ତିଙ୍କୁ ବଞ୍ଚାଇବା ସମୟରେ ତାଙ୍କର ମୃତ୍ୟୁ ଗତ ବୁଧବାର ଘଟିଥିଲା। ପରେ ଶୁକ୍ରବାର ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ପୁଟିନ୍‌ କାନ୍ଦିବା ସହିତ ବନ୍ଧୁଙ୍କ ସ୍ତ୍ରୀ ନାତାଲ୍ୟାଙ୍କ ପାଖରେ ବସି କାନ୍ଦି ତାଙ୍କ ହାତ ଧରି ଶ୍ୱାନ୍ତନା ଦେଉଥିବାର ଦେଖିବାକୁ ମିଳିଥିଲା।

ଜିନିଚଓ୍ବେ ୨୦୧୮ରେ ପୁଟିନ୍‌ କ୍ୟାବିନେଟ୍‌ରେ ଜରୁରୀକାଳୀନ ମନ୍ତ୍ରୀ ଭାବେ ଯୋଗଦେଇଥିଲେ। ଏହା ପୂର୍ବରୁ ସେ ବହୁ ବର୍ଷ ପୁଟିନ୍‌ଙ୍କ ସୁରକ୍ଷା କାର୍ଯ୍ୟ ତଦାରଖ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri