ପୁଟିନ୍‌ ପ୍ରଦର୍ଶନ କଲେ ମହାବିନାଶକ କ୍ଷେପଣାସ୍ତ୍ର ୟାର୍ସ, ଲକ୍ଷ୍ୟଭେଦ କ୍ଷମତା ଆମେରିକା ପର୍ଯ୍ୟନ୍ତ…

ମସ୍କୋ/ଓ୍ବାଶିଂଟନ, ୭।୭ : ୟୁକ୍ରେନ-ରୁଷ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଅପାପକ୍ଷରେ ଫିନଲାଣ୍ଡ ଏବଂ ସ୍ବିଡେନକୁ ନେଇ ନାଟୋରେ ଚାଲିଥିବା ପ୍ରସଙ୍ଗ ମଧ୍ୟରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୁଣିଥରେ ଆମେରିକା, ୟୁରୋପୀୟ ଦେଶ ସମେତ ପୃଥିବୀର ସମସ୍ତ ଦେଶକୁ ନିଜର କ୍ଷମତା ପ୍ରଦର୍ଶନ କରାଇଛନ୍ତି। ରୁଷିଆ ସେନା ସାଇବେରିଆ ଜଙ୍ଗଲରେ ୟାର୍ସ ନାମକ ଏକ ଅନ୍ତର୍ଦେଶୀୟ କ୍ଷେପଣାସ୍ତ୍ର ସହିତ ଯୁଦ୍ଧ ଅଭ୍ୟାସ କରିଛି। ଏହା ଏପରି ସାଂଘାତିକ କ୍ଷେପଣାସ୍ତ୍ର ଯାହା ସହଜରେ ବ୍ରିଟେନକୁ ମଧ୍ୟ ଟାର୍ଗେଟ କରିପାରିବ।

ଏହାର ଲକ୍ଷ୍ୟଭେଦ କ୍ଷମତା ଆମେରିକା ପର୍ଯ୍ୟନ୍ତ ରହିଛି। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୧୨ ହଜାର କିଲୋମିଟର ବୋଲି କୁହାଯାଉଛି। ଯଦି ଆମେରିକାକୁ ଟାର୍ଗେଟ କରି ଏହା ନିକ୍ଷେପ କରାଯାଏ, ତେବେ ସେଠାରେ ମଧ୍ୟ ଏହା ବିନାଶ ରଚିବ।

ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ ଏହି ସାମରିକ ଅଭ୍ୟାସରେ ପ୍ରାୟ ୧୦୦ ଟି ଅସ୍ତ୍ରଶସ୍ତ୍ର ଅଂଶଗ୍ରହଣ କରୁଛନ୍ତି। ରୁଷିଆର ଷ୍ଟ୍ରାଟେଜିକ ମିଜାଇଲ ଫୋର୍ସ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ୟାର୍ସ ରୋଡ ମୋବାଇଲ କ୍ଷେପଣାସ୍ତ୍ର ଅଭ୍ୟାସ କରିଥିଲା। ଏହି ସମୟରେ, ରୁଷିଆର ସୈନିକମାନେ କ୍ଷେପଣାସ୍ତ୍ର ସହିତ ଜଙ୍ଗଲ ଭିତରେ ଲୁଚି ରହି ନିଜର ଯୁଦ୍ଧ ଦକ୍ଷତା ଅଭ୍ୟାସ କରିଥିଲେ।

ଏହାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri