ମାରିଆପୋଲ ରାସ୍ତାରେ କାର ଚଳାଇ ବୁଲିଲେ ପୁଟିନ…

ମସ୍କୋ,୧୯।୩ : ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଦ୍ୱାରା ଗିରଫ ପରୱାନା ଜାରି ହେବା ପରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଥମ ଥର ପାଇଁ ଲୋକ ଲୋଚନକୁ ଆସିଛନ୍ତି। ରବିବାର ପୁଟିନ ରୁଷିଆ ସେନା ଦ୍ୱାରା ଅଧିକୃତ ସହର ୟୁକ୍ରେନର ମାରିଆପୋଲ ପରିଦର୍ଶନ କରିଛନ୍ତି।

ମାରିଆପୋଲ ୟୁକ୍ରେନ୍ର ଡୋନେଟସ୍କ ଅଞ୍ଚଳରେ ଅବସ୍ଥିତ, ଯାହା ଗତ ବର୍ଷ ମେ ମାସଠାରୁ ମସ୍କୋ ସୈନ୍ୟବାହିନୀ ଦଖଲରେ ରହିଛି। ଟାସ ଏଜେନ୍ସି ରିପୋର୍ଟ କରିଛି ଯେ ପୁଟିନ ହେଲିକପ୍ଟର ଯୋଗେ ମାରିଅପୋଲକୁ ଯାଇଛନ୍ତି। ଏଜେନ୍ସି ଅନୁଯାୟୀ ପୁଟିନ କାର ଚଳାଇ ସହରର ବିଭିନ୍ନ ଅଞ୍ଚଳକୁ ଯାଇ ବାସିନ୍ଦାଙ୍କ ସହ କଥା ହୋଇଥିଲେ।

ମାରିଆପୋଲରେ ପୁଟିନ ତାଙ୍କର ସାମରିକ ଅପରେଶନର ଟପ କମାଣ୍ଡଙ୍କୁ ମଧ୍ୟ ଭେଟିଛନ୍ତି ବୋଲି ରଏଟର୍ସ ରିପୋର୍ଟ କରିଛି। ୟୁକ୍ରେନରେ ରୁଷିଆର ଆକ୍ରମଣର ଦାୟିତ୍ୱରେ ଥିବା ଜେନେରାଲ ଷ୍ଟାଫ ଭାଲେରୀ ଜେରାସିମୋଭଙ୍କୁ ସେ ମଧ୍ୟ ଭେଟିଥିଲେ।

ଏହାପୂର୍ବରୁ ମାର୍ଚ୍ଚ ୧୮ ରେ ପୁଟିନ ହଠାତ କ୍ରିମିୟାରେ ପହଞ୍ଚିଥିଲେ। ଏନେଇ ୟୁକ୍ରେନର ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରୀଙ୍କ ପରାମର୍ଶଦାତା ଆଣ୍ଟୋନ ଗେର୍ଶେଙ୍କୋ ମଧ୍ୟ ପୁଟିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଭିଡିଓରେ ପୁଟିନ ତାଙ୍କ ସହାୟକମାନଙ୍କ ସହ ବୁଲୁଥିବାର ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri