ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତ

ମସ୍କୋ,୧୦ା୧: ଆସନ୍ତା ଫେବୃଆରୀରେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୩ ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଆମେରିକା ୟୁକ୍ରେନ୍‌କୁ ଅନେକ ପର୍ଯ୍ୟାୟରେ ମୋଟ ୬୬ ବିଲିୟନ୍‌ ଡଲାରର ସହାୟତା ପ୍ରଦାନ କରିସାରିଲାଣି। ଆସନ୍ତା ୨୦ରେ ଆମେରିକାର ନୂଆ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ୍‌ ଯୁଦ୍ଧାବସାନ ଉପରେ ଜୋର୍‌ ଦେଉଛନ୍ତି।

ଆଲୋଚନା ଜରିଆରେ ଏହାର ସମାଧାନ କରିବେ ବୋଲି ସେ ପ୍ରସ୍ତାବ ଦେଇଛନ୍ତି। ଏହାକୁ କ୍ରେମ୍‌ଲିନ୍‌ ପକ୍ଷରୁ ସ୍ବାଗତ କରାଯାଇଛି। ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ନିଜ ‘ଶାନ୍ତି ଜରିଆରେ ଶକ୍ତି’ ପ୍ରସ୍ତାବକୁ ସମର୍ଥନ କରିବା ପାଇଁ ଟ୍ରମ୍ପ୍‌ଙ୍କ ସହାୟତା ଲୋଡ଼ିଛନ୍ତି। ଜେଲେନ୍‌ସ୍କି ନର୍ଥ ଆଟ୍‌ଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ୍‌ (ନାଟୋ)ର ସୁରକ୍ଷା ଏବଂ ପାଶ୍ଚାତ୍ୟଠାରୁ ନିରାପତ୍ତା ଗ୍ୟାରେଣ୍ଟି ଆଶାରେ ଥିବାବେଳେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି।

ଟ୍ରମ୍ପ୍‌ ଓ ପୁଟିନ୍‌ଙ୍କ ମଧ୍ୟରେ ଖୁବ୍‌ ଶୀଘ୍ର ଏକ ବୈଠକ ହୋଇପାରେ ବୋଲି କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍‌ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେପଟେ କିଭ୍‌କୁ ସହାୟତା ପ୍ରଦାନ ବନ୍ଦ ନ କରିବା ପାଇଁ ଟ୍ରମ୍ପ୍‌ଙ୍କ ଉପରେ ଚାପ ସୃଷ୍ଟି ଉଦ୍ଦେଶ୍ୟରେ ଜେଲେନ୍‌ସ୍କି ଆମେରିକା ପ୍ରତିରକ୍ଷା ସଚିବ ଲୟଡ୍‌ ଅଷ୍ଟିନ୍‌ଙ୍କ ସହ ଜର୍ମାନୀରେ ଆଲୋଚନା କରିଛନ୍ତି।



Enter your email to get our daily news in your inbox.

All Right Reserved By Dharitri.Com

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri