ପୁଟିନ ମୋ ପାଖକୁ ପଠାଇଛନ୍ତି ୨୦ ବୋତଲ ଭୋଡ୍‌କା, ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ ଭାଇରାଲ…

ମସ୍କୋ/ରୋମ୍‌,୨୦।୧୦ : ସମ୍ପ୍ରତି ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ ସିଲଭିଓ ବର୍ଲସକୋନିଙ୍କ ଏକ ଅଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ତାଙ୍କର ବନ୍ଧୁତା କେତେ ଗଭୀର ତାହା କହିବାକୁ ଚେଷ୍ଟା କରୁଛନ୍ତି। ୟୁକ୍ରେନ-ରୁଷିଆ ଯୁଦ୍ଧ ମଧ୍ୟରେ ଏହି ଅଡିଓ ଭାଇରାଲ ହେବା ପରେ ସେ ଏବେ ପ୍ରଶ୍ନ ଘେରରେ ଆସିଛନ୍ତି। ଭାଇରାଲ ଅଡିଓରେ ଜନ୍ମଦିନର ଶୁଭେଚ୍ଛା ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଇଟାଲୀର ଲା ପ୍ରେସ ନ୍ୟୁଜ ଏଜେନ୍ସି ଏହି ବିଷୟରେ ଖବର ପ୍ରକାଶ କରିଛି।

ଏହି ଅଡିଓ ଟେପରେ ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ ବର୍ଲସକୋନି ଗର୍ବର ସହ କହୁଛନ୍ତି ଯେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ପୁନର୍ବାର ସମ୍ପର୍କ ସ୍ଥାପନ କରିଛନ୍ତି। ପୁଟିନ ଏନେଇ ଭୋଡ୍‌କା ପଠାଇଥିବାବେଳେ ସେ ରେଡ୍‌ ଓ୍ବାଇନ ପଠାଇଛନ୍ତି। ସେ କହିଛନ୍ତି ଯେ ପୁଟିନ ମୋତେ ଅଭନନ୍ଦନ ଜଣାଇ ୨୦ ବୋତଲ ଭୋଡ୍‌କା ପଠାଇଛନ୍ତି। ଏହାର ପ୍ରତିବଦଳରେ ମୁଁ ତାଙ୍କୁ ୨୦ ବୋତଲ ମହଙ୍ଗା ରେଡ୍‌ ଓ୍ବାଇନ ଲାମବ୍ରସ୍କୋ ପଠାଇଛି।
ମିଡିଆ ରିପୋର୍ଟ ଅନୁଯାୟୀ, ବର୍ଲସକୋନିଙ୍କ ୮୬ ତମ ଜନ୍ମଦିନ ଅବସରରେ ଏସବୁ ଘଟିଛି। ଏହି ଖବର ବିଭିନ୍ନ ଖବର କାଗଜରେ ପ୍ରଥମ ପୃଷ୍ଠାରେ ପ୍ରକାଶିତ ହୋଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri