ଆଣବିକ ଯୁଦ୍ଧ ଭୟ ଦେଖାଇଲେ ପୁଟିନ୍‌

ମସ୍କୋ,୧।୩:ୟୁକ୍ରେନ୍‌ରେ ଯୁଦ୍ଧ ପାଇଁ ପାଶ୍ଚାତ୍ୟ ଦେଶଗୁଡ଼ିକ ଯଦି ସେମାନଙ୍କ ସୈନ୍ୟ ପଠାନ୍ତି, ତେବେ ଆଣବିକ ଯୁଦ୍ଧର ଭୟ ରହିଛି ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ପାର୍ଲାମେଣ୍ଟରେ ଗୁରୁବାର ବାର୍ଷିକ ଅଭିଭାଷଣ ରଖିବା ଅବସରରେ ରୁଷିଆକୁ ଦୁର୍ବଳ କରିବା ପାଇଁ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଲାଗିପଡ଼ିଥିବା କଥାକୁ ପୁଟିନ୍‌ ଦୋହାରାଇଥିଲେ। ରୁଷିଆର ନିଜସ୍ବ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା କେତେ ଭୟଙ୍କର ହେବ, ତାହା ସେମାନେ ବୁଝିପାରୁ ନାହାନ୍ତି ବୋଲି ୭୧ ବର୍ଷୀୟ ରାଷ୍ଟ୍ରପତି କହିଛନ୍ତି।
ୟୁକ୍ରେନ୍‌ ଉପରେ ରୁଷିଆ ୨ ବର୍ଷ ହେଲା ଆକ୍ରମଣ ଜାରି ରଖିଥିବାବେଳେ ଉଭୟ ପକ୍ଷର ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ୟୁକ୍ରେନ୍‌କୁ ୟୁରୋପୀୟ ନାଟୋ ସଦସ୍ୟ ରାଷ୍ଟ୍ରଗୁଡ଼ିକ ସ୍ଥଳସେନା ପଠାଇବା ପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକଁର ଗତ ସୋମବାର ପ୍ରସ୍ତାବ ଦେଇଥିଲେ। ତେବେ ତାଙ୍କ ପ୍ରସ୍ତାବକୁ ଆମେରିକା, ଜର୍ମାନୀ, ବ୍ରିଟେନ୍‌ ଓ ଅନ୍ୟ ରାଷ୍ଟ୍ରଗୁଡ଼ିକ ଅଗ୍ରାହ୍ୟ କରିଦେଇଥିଲେ। ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଚିନ୍ତାଧାରାକୁ ଆକ୍ଷେପ କରି ପୁଟିନ୍‌ ଆଣବିକ ଯୁଦ୍ଧ ଭୟ ଦେଖାଇଛନ୍ତି। ଆମ ପାଖରେ ଥିବା ଅସ୍ତ୍ର ସେମାନଙ୍କ ଭୂଖଣ୍ଡକୁ ଟାର୍ଗେଟ କରିପାରିବ ଏହା ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଅନୁଭବ କରିବା ଆବଶ୍ୟକ। ସେମାନଙ୍କ ଚିନ୍ତାଧାରା ବାସ୍ତବରେ ଯୁଦ୍ଧରେ ଅଣୁଅସ୍ତ୍ର ବ୍ୟବହାର ଭୟ ସୃଷ୍ଟି କରିବ ଏବଂ ସଭ୍ୟତା ଧ୍ୱଂସ ହୋଇଯିବ ବୋଲି ପୁଟିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?