ମିଶିଯିବେ ପୁଟିନ୍‌-ଟ୍ରମ୍ପ! ପୁଟିନ୍‌ କଲେ ବଡ଼ ଘୋଷଣା…

ମସ୍କୋ,୮।୧୧: ସୁପରପାଓ୍ବାରର ମୁକୁଟ ପିନ୍ଧିଛନ୍ତି ଡୋନାଲ୍ଡ ଟ୍ରମ୍ପ। ଆଗାମୀ ବର୍ଷ ଜାନୁଆରୀ ୨୦ରେ ଶପଥ ନେବେ। ଟ୍ରମ୍ପଙ୍କ ଆମେରିକା ଦଖଲ ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବିଶ୍ୱର ସବୁ ଦେଶର ମୁଖ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଶୁଭେଚ୍ଛା ଜଣାଇବେ ନାହିଁ ବୋଲି ଖୋଲାଖୋଲି କହିଥିଲେ। ସେ କହିଥିଲେ, ଟ୍ରମ୍ପ କହିଥିଲେ ଜିତିବା ପରେ ସେ ପ୍ରଥମେ ଋଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ କରିବେ। ଯୁଦ୍ଧ ବନ୍ଦ କରିବା ପରେ ଋଷିଆ ତାଙ୍କୁ ଶୁଭେଚ୍ଛା ଜଣାଇବ।

ତେବେ ଏପରି କହିବାର ୩ଦିନ ନଜାଉଣୁ ପୁଟିନ୍‌, ଟ୍ରମ୍ପଙ୍କୁ ରାଷ୍ଟ୍ରପତି ନିର୍ବାଚନ ବିଜୟୀର ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ମସ୍କୋ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ସହ କଥାବାର୍ତ୍ତା କରିବା ପାଇଁ ପ୍ରସ୍ତୁତ ଅଛି। ଏଥିରୁ ସଙ୍କେତ ମିଳୁଛି ଯେ, ଟ୍ରମ୍ପ ଆସିବା ପରେ ମସ୍କୋ-ଓ୍ବାଶିଂଟନ୍‌ ମଧ୍ୟରେ ସମ୍ପର୍କ ବଦଳିପାରେ। ଇଣ୍ଟରନାଶନାଲ ଡିଶକଶନ କ୍ଲବର ଏକ ଅଧିବେଶନକୁ ସମ୍ଭୋଧିତ କରି ପୁଟିନ୍‌ କହିଛନ୍ତି, ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ ବିଜୟୀ ହୋଇଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଉଛି। ଆମେରିକାବାସୀ ଟ୍ରମ୍ପଙ୍କ ଉପରେ ଭରସା କରିଥିବାରୁ ତାଙ୍କ ସହ ମିଶି ଆମେ କାମ କରିବାକୁ ପ୍ରସ୍ତୁତ ଅଛୁ।

ପୁଟିନ୍‌ଙ୍କ ଏହି ଅଭିନନ୍ଦନ ଏହି ସମୟରେ ଆସିଛି ଯେତେବେଳ ଆମେରିକା ଏବଂ ଋଷିଆ ମଧ୍ୟରେ ସମ୍ପର୍କ ବିଶେଷ ତିକ୍ତ ରହିଛି। ବିଶେଷ କରି ୟୁକ୍ରେନ ଯୁଦ୍ଧକୁ ନେଇ ଆମେରିକା ୟୁକ୍ରେନକୁ ସମର୍ଥନ କରିଛି। ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁଟିନ ତାଙ୍କୁ ସାହସୀ ନେତା ବୋଲି କହିଛନ୍ତି।

ଟ୍ରମ୍ପଙ୍କ ସାହସିକତାକୁ ପୁଟିନ ମଧ୍ୟ ପ୍ରଶଂସା କରିଛନ୍ତି। କେବଳ ଏତିକି ନୁହେଁ, ଜୁଲାଇରେ ତାଙ୍କ ଉପରେ ହୋଇଥିବା ହତ୍ୟା ଉଦ୍ୟମ ପରେ ଟ୍ରମ୍ପଙ୍କ ସାହାସିକତାକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି। ପୁଟିନ କହିଛନ୍ତି, ମୁଁ ଟ୍ରମ୍ପଙ୍କ ଆଚରଣ ଦେଖିଛି, ସେ ବହୁତ ସାହସ ଦେଖାଇଛନ୍ତି। ପୁଟିନ ଏହା ମଧ୍ୟ କହିଛନ୍ତି ଯେ ସେ ଟ୍ରମ୍ପଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଏବଂ ଆମେରିକା ସହ ସମ୍ପର୍କକୁ ପୁନଃସ୍ଥାପିତ କରିବାରେ ତାଙ୍କର କୌଣସି ଆପତ୍ତି ନାହିଁ, କିନ୍ତୁ ଏହା ସମ୍ପୂର୍ଣ୍ଣ ଭାବେ ଆମେରିକା ଉପରେ ନିର୍ଭର କରେ।

ଋଷିଆ-ୟୁକ୍ରେନ ଯୁଦ୍ଧ ହେତୁ ଆମେରିକା ଏବଂ ଋଷିଆ ମଧ୍ୟରେ ସମ୍ପର୍କକୁ ନେଇ ଅନେକ ତିକ୍ତତା ଦେଖାଦେଇଛି। ଆମେରିକା ଋଷିଆ ବିରୋଧରେ ଅନେକ ପ୍ରତିବନ୍ଧକ ଲଗାଇଛି। ପୁଟିନ ଅଭିନନ୍ଦନ ଜଣାଇବା ପରେ ସୂଚାଇ ଦେଇଛନ୍ତି ଯେ ସେ ଏହି ପ୍ରସଙ୍ଗରେ ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ପ୍ରସ୍ତୁତ, କିନ୍ତୁ ଏଥିପାଇଁ ଆମେରିକାର ଆଭିମୁଖ୍ୟ ଜାଣିବା ଜରୁରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?