ୟୁକ୍ରେନ୍‌ ସହ ବନ୍ଦ କରିବାକୁ ଚାହୁଁଛନ୍ତି ପୁଟିନ, କିନ୍ତୁ…

କିଭ୍‌,୨୩।୧୨: ୟୁକ୍ରେନରେ ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛି ରୁଷିଆ, କିନ୍ତୁ ଏଥିପାଇଁ କୂଟନୈତିକ ସମାଧାନର ଆବଶ୍ୟକତା ରହିଛି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି। ପୁଟିନ କହିଛନ୍ତି, ଆମର ଲକ୍ଷ୍ୟ ହେଉଛି ଏହି ବିବାଦର ଅନ୍ତ ଘଟାଇବା। ଆମେ ଏଥିପାଇଁ ଚେଷ୍ଟା କରୁଛୁ ଏବଂ ଉଦ୍ୟମ ଜାରି ରଖିବୁ। ଏହି ସବୁ ବିବାଦ ଯେତେ ଶୀଘ୍ର ସମାପ୍ତ ହେବ ସେତେ ଭଲ ହେବ। ତେବେ ୟୁକ୍ରେନ ଏବଂ ଏହାର ସହଯୋଗୀମାନେ ପୁଟିନଙ୍କ ମନ୍ତବ୍ୟକୁ ସନ୍ଦେହ ଚକ୍ଷୁରେ ଦେଖୁଛନ୍ତି।
ହ୍ବାଇଟ ହାଉସର ମୁଖପାତ୍ର ଜନ କିର୍ବି କହିଛନ୍ତି, ପୁଟିନ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଦର୍ଶାଇଛନ୍ତି। କିନ୍ତୁ ଏଥିରେ ସନ୍ଦେହ ରହିଛି। ଫେବୃଆରୀ ୨୪ରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣରୁ ଆରମ୍ଭ ହୋଇଥିବା ଯୁଦ୍ଧର ସମାପ୍ତି କିଛି ଦେଖାଯାଉ ନାହିଁ।
ଆମେରିକାର ଗସ୍ତରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି, ଯୁଦ୍ଧ ବନ୍ଦ କରିବା ପାଇଁ ସେ ରୁଷିଆ ସହିତ କୌଣସି ଚୁକ୍ତି କରିବେ ନାହିଁ। ରୁଷିଆର ଆକ୍ରମଣକୁ ପ୍ରତିହତ କରିବା ପାଇଁ ଆମେରିକାର ସମର୍ଥନ ପ୍ରତି ଧ୍ୟାନ ଦେଇ ଆମେ ମୁଣ୍ଡ ନୁଆଁଇବାକୁ ଯାଉ ନାହୁଁ ବୋଲି ସେ କହିଛନ୍ତି। ନିକଟରେ ଆମେରିକା ୟୁକ୍ରେନକୁ ୧.୮୫ ବିଲିୟନ ଡଲାର ସାମରିକ ସହାୟତା ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri