ମେ ୯ ସୁଦ୍ଧା ଡୋନାବାସକୁ ଦଖଲ କରିବାକୁ ଚାହାଁନ୍ତି ପୁଟିନ୍‌, ଆମେରିକା ଗୁପ୍ତଚର ସଂସ୍ଥାର ପର୍ଦ୍ଦାଫାଶ୍‌…

ଓ୍ବାଶିଂଟନ/ମସ୍କୋ, ୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୯ ଦିନ ଧରୀ ଜାରି ରହିଛି। ଏଭଳି ସ୍ଥଳେ ବାର୍ତ୍ତାକାର ଡେଭିଡ ଆରକାମିଆ ୟୁକ୍ରେନ ଟେଲିଭିଜନ ଚ୍ୟାନେଲକୁ କହିଛନ୍ତି ଯେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବୈଠକ ତୁର୍କୀରେ ହେବ।

ଆମେରିକାର ଗୁପ୍ତଚର ଏଜେନ୍ସି ଦ୍ୱାରା ଦାବି କରାଯାଇଛି ଯେ ପୁଟିନ ଆସନ୍ତା ମେ ୯ ତାରିଖ ସୁଦ୍ଧା ଡୋନାବାସକୁ ସମ୍ପୂର୍ଣ୍ଣ ଦଖଲ କରି ନିଜ ନିୟନ୍ତ୍ରଣକୁ ଆଣିବାକୁ ଚାହୁଁଛନ୍ତି। ଏହି କାରଣରୁ ସେ କେବଳ ଡୋନାବାସ ଉପରେ ଧ୍ୟାନ କେନ୍ଦ୍ରୀତ କରିଛନ୍ତି। ରିପୋର୍ଟ ଅନୁଯାୟୀ, ରୁଷିଆର ସନ୍ୟମାନେ ବର୍ତ୍ତମାନ ଯେଉଁ ଅଞ୍ଚଳରେ ଲଢୁଛନ୍ତି ସେହି ସ୍ଥାନ ଦଖଲ କରିବେ ନାହିଁ। ସେମାନେ ଡୋନାବାସକୁ ଦଖଲ କରିବାକୁ ନିର୍ଦ୍ଦେଶ ପାଇଛନ୍ତି।

ବ୍ରିଟେନର ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ଗୁପ୍ତଚର ରିପୋର୍ଟରେ କୁହାଯାଇଛି ଯେ ରୁଷିଆ ବର୍ତ୍ତମାନ ନିଜର ବାୟୁସେନାକୁ ଦକ୍ଷିଣ ପୂର୍ବ ୟୁକ୍ରେନକୁ ଟାର୍ଗେଟ କରିବାକୁ ନିର୍ଦ୍ଦେଶ ଦେଇଛି। ଗୁପ୍ତଚର ରିପୋର୍ଟ ଅନୁଯାୟୀ, ୟୁକ୍ରେନରେ ନିଜର ବାୟୁସେନା ବେସ୍‌ ସ୍ଥାପନ ପାଇଁ ରୁଷିଆର ମୁଖ୍ୟ ଉଦ୍ଦେଶ୍ୟ। ଏଭଳି ପରିସ୍ଥିତିରେ ରୁଷିଆ ନିଜର ଅଭିଯାନକୁ ଦକ୍ଷିଣ ପୂର୍ବ ୟୁକ୍ରେନ ଉପରେ ଧ୍ୟାନ ଦେବାକୁ ଯୋଜନା କରିଛି।

ୟୁକ୍ରେନର ବାୟୁସେନା ରବିବାର କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ରୁଷିଆର ଚାରିଟି କ୍ଷେପଣାସ୍ତ୍ର, ଦୁଇଟି ଏସ୍‌ୟୁ-୩୪ ଯୁଦ୍ଧ ବିମାନ, ହେଲିକପ୍ଟର ଏବଂ ଅନ୍ୟାନ୍ୟ ଆକ୍ରମଣ କରିଥିଲା। ୟୁକ୍ରେନ୍‌ ବାୟୁସେନା ରିପୋର୍ଟ କରିଛି ଯେ, ଏହି ସବୁ ଆକ୍ରମଣକୁ ଅସଫଳ କରାଯିବା ସହିତ ରୁଷିଆ ସୈନ୍ୟବାହିନୀକୁ ବହୁତ କ୍ଷତି ପହଞ୍ଚା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri