ଅଣୁଅସ୍ତ୍ର ଭୟ ଦେଖାଇଲେ ପୁଟିନ୍‌

ଓ୍ବାର୍ସା,୨୬ା୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ବିଶ୍ୱ ନେତାମାନଙ୍କୁ ଖୋଲାଖୋଲି ଭାବେ ଆଣବିକ ଅସ୍ତ୍ର ବ୍ୟବହାର କରିବାର ଭୟ ଦେଖାଇଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ରୋକିବାକୁ କୌଣସି ରାଷ୍ଟ୍ର ଯଦି ସାମରିକ ଶକ୍ତି ବ୍ୟବହାର କରିବାର ଦୁଃସାହସ କରେ ତେବେ ତାଙ୍କ ପାଖରେ ଆଣବିକ ଅସ୍ତ୍ର ରହିଛି ବୋଲି ପୁଟିନ୍‌ ଚେତାବନୀ ଦେଇଛନ୍ତି। ହୁଏତ ଏହା ରୁଷିଆ ରାଷ୍ଟ୍ରପତିଙ୍କ ଫାଙ୍କା ଧମକ ହୋଇପାରେ। ତେବେ ତାଙ୍କର ଏଭଳି ମନ୍ତବ୍ୟରୁ ୟୁକ୍ରେନ୍‌ ଆକ୍ରମଣ ଆଣବିକ ଯୁଦ୍ଧର ରୂପ ନେଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।
ରୁଷ ବିଭାଜିତ ହେବା ସତ୍ତ୍ୱେ ରୁଷିଆ ଏବେ ଅନ୍ୟତମ ସବୁଠୁ ଶକ୍ତିଶାଳୀ ଆଣବିକ ଶକ୍ତିସମ୍ପନ୍ନ ରାଷ୍ଟ୍ର ଭାବେ ରହିଆସିଛି ବୋଲି ଗୁରୁବାର ୟୁକ୍ରେନ୍‌ ଆକ୍ରମଣ ପୂର୍ବରୁ ପୁଟିନ୍‌ ଉଦ୍‌ବୋଧନ ଦେଇ କହିଥିଲେ। ସେ କହିଥିଲେ, ମସ୍କୋ ପାଖରେ ଅନେକ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ରହିଛି। ତେଣୁ କେହି ଏହା ଉପରେ ଆକ୍ରମଣ ଉଦ୍ୟମ କଲେ ପରାସ୍ତ ହେବା ନିଶ୍ଚିତ ଏଥିରେ ସନ୍ଦେହ ନାହିଁ। ରୁଷିଆ ଉପରେ ସିଧାସଳଖ ଆକ୍ରମଣର ପରିଣାମ ଭୟାବହ ହେବ ବୋଲି ପୁଟିନ୍‌ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri