ଟାକ୍ସି ଚଲାଉଥିଲେ ପୁଟିନ୍‌

ମସ୍କୋ, ୧୪ା୧୨: ସୋଭିଏଟ ସଂଘ ଭାଙ୍ଗିବା ପରେ ବ୍ୟାପକ ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିଲେ ରୁଷିଆବାସୀ। ଏଥିରୁ ବାଦ୍‌ ପଡ଼ି ନ ଥିଲେ ରୁଷିଆର ବର୍ତ୍ତମାନ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ଏଥିପାଇଁ ସେ ଟାକ୍ସି ମଧ୍ୟ ଚଲାଇଥିଲେ ବୋଲି ପୁଟିନ ‘ରୁଷିଆ। ରିସେଣ୍ଟ ହିଷ୍ଟ୍ରି’ ନାମକ ଏକ ଅପ୍‌କମିଂ ଡକ୍ୟୁମେଣ୍ଟାରି ପ୍ରସାରଣ ବେଳେ ରବିବାର ପୁଟିନ୍‌ଙ୍କ ଏହି କମେଣ୍ଟ ସାମ୍‌ନା ଆସିଛି। ସେ କହିଥିଲେ, ସୋଭିଏଟ୍‌ ସଂଘ ଭାଙ୍ଗିବା ଐତିହାସିକ ରୁଷିଆର ପତନ ଥିଲା। ୩ ଦଶନ୍ଧି ତଳର ଏହି ଘଟଣା ଅଧିକାଂଶ ନାଗରିକଙ୍କ ପାଇଁ ଆଜି ମଧ୍ୟ ଦୁଃଖଦ ହୋଇରହିଛି। ସେତେବେଳେ ତାଙ୍କୁ ଅତିରିକ୍ତ ଅର୍ଥ ରୋଜଗାର କରିବା ଜରୁରୀ ହୋଇପଡ଼ିଥିଲା। ତେଣୁ ସେ ଡ୍ରାଇଭର ହୋଇ ଲୋକଙ୍କୁ ଭଡ଼ାରେ ନେବା ଆଣିବା କରୁଥିଲେ। ସେତେବେଳେ ରୁଷିଆରେ କାର୍‌ ମଧ୍ୟ ବହୁ କମ୍‌ ମାତ୍ରାରେ ଉପଲବ୍ଧ ଥିଲା। ଅନେକେ ଆମ୍ବୁଲାନ୍ସକୁ ମଧ୍ୟ ଟାକ୍ସି କରି ତାହାକୁ ଭଡ଼ାରେ ଲଗାଉଥିଲେ। ସୂଚନାଯୋଗ୍ୟ, ୧୯୯୧ରେ ସୋଭିଏଟ୍‌ ୟୁନିୟନର ପତନ ଘଟିଥିଲା। ପରେ ରୁଷିଆ ଏକ ସ୍ବତନ୍ତ୍ର ରାଷ୍ଟ୍ର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri