ପୁଟିନ୍‌ଙ୍କୁ ଭେଟିବାକୁ ଯାଇ ପାକ୍‌ ପ୍ରଧାନମନ୍ତ୍ରୀ ହଟହଟା, ୪୦ ମିନିଟ୍‌ ଅପେକ୍ଷା କରି…

ନୂଆଦିଲ୍ଲୀ,୧୩ା୧୨: ତୁର୍କମେନିସ୍ତାନରେ ଶୁକ୍ରବାର ଏକ ଅନ୍ତର୍ଜାତୀୟ ଫୋରମ୍‌ର ୩୦ତମ ବାର୍ଷିକୀ ପାଳନ ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିଲା। ପୁଟିନ୍‌ ସେଠାରେ ଶରିଫ୍‌ଙ୍କୁ ୪୦ ମିନିଟ୍‌ରୁ ଊର୍ଦ୍ଧ୍ୱ ସମୟ ଅପେକ୍ଷା କରାଇବା ପରେ ସେ ଧୈର୍ଯ୍ୟହରା ହୋଇପଡ଼ିଥିଲେ। ସେହି ସମୟରେ ପୁଟିନ୍‌ଙ୍କର ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତାୟିପ୍‌ ଏର୍ଡୋଗାନ୍‌ଙ୍କ ସହ ରୁଦ୍ଧଦ୍ୱାର ବୈଠକ ଚାଲିଥିଲା। ଶରିଫ୍‌ ପାଖ ପ୍ରକୋଷ୍ଠରେ ବହିର୍ବ୍ୟାପାର ମନ୍ତ୍ରୀ ଇଶାକ ଦର୍‌ଙ୍କ ସହ ୪୦ ମିିନିଟ୍‌ ଅପେକ୍ଷା କରିବା ପରେ ବିନା ଡାକରାରେ ପୁଟିନ୍‌ ଆଲୋଚନା କରୁଥିବା କକ୍ଷ ମଧ୍ୟକୁ ଯାଇ ମାତ୍ର ୧୦ ମିନିଟ୍‌ ପରେ ବାହାରି ଆସିଥିଲେ। ଉକ୍ତ ମୁହୂର୍ତ୍ତର ଦୃଶ୍ୟ କ୍ୟାମେରାରେ କଏଦ ହେବା ପରେ ଅନ୍‌ଲାଇନରେ ଏହାକୁ ପରିହାସ କରାଯାଇଛି। ସୋସିଆଲ୍‌ ମିଡିଆ ୟୁଜରମାନେ ଏହାକୁ ଏକ କୂଟନୈତିକ ତ୍ରୁଟି କହିଥିବାବେଳେ ଜଣେ Xରେ ଲେଖିଛନ୍ତି, ‘ଭିକାରୀମାନଙ୍କ ପାଇଁ ସମୟ ଦେବାକୁ ପୁଟିନ୍‌ ଚାହାନ୍ତି ନାହିଁ’। ଏପରିକି ଟ୍ରମ୍ପ୍‌ ଭିକାରୀମାନଙ୍କ ସହ ଏଭଳି କରିଥିଲେ ବୋଲି ଆଉ ଜଣେ ଲେଖିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri