ପୁଟିନ ଆଉ ବଞ୍ଚିବେ ୩ ବର୍ଷ, ଡାକ୍ତରଙ୍କ ଦାବି !…

ମସ୍କୋ, ୨୯।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଚେତାବନୀ ଦିଆଯାଇଛି। ସେ ଆଉ ମାତ୍ର ୩ ବର୍ଷ ବଞ୍ଚିବେ। ରୁଷିଆର ରାଷ୍ଟ୍ରପତି ଭବନ ନେତାଙ୍କ ଅବସ୍ଥାକୁ ନେଇ ଚିନ୍ତିତ ହୋଇପଡ଼ିଛି। ରୁଷିଆର ଗୁପ୍ତଚର ଏଜେନ୍ସି ଏଫଏସବିର ଜଣେ ଅଧିକାରୀ ପୁଟିନଙ୍କ ଅବସ୍ଥାକୁ ଗୁରୁତର ବୋଲି ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି ଯେ ତାଙ୍କଠାରେ ଗୁରୁତର କର୍କଟ ସମସ୍ୟା ରହିଛି ।

ଡାକ୍ତରମାନେ ତାଙ୍କୁ ମାତ୍ର ୩ ବର୍ଷ ସମୟ ଦେଇଛନ୍ତି। ଅଧିକାରୀ କହିଛନ୍ତି ଯେ ୟୁକ୍ରେନ ଯୁଦ୍ଧ ପୂର୍ବରୁ ପୁଟିନଙ୍କଠାରେ ଏହି ମାରାତ୍ମକ ସମସ୍ୟା ଥିବା ଜଣାପଡ଼ିଥିଲା। ଏବେ ଦୁଇ ସପ୍ତାହ ପୂର୍ବରୁ ତାଙ୍କର ଅପରେଶନ କରାଯାଇଛି।

ଅଧିକାରୀଙ୍କ ଅନୁଯାୟୀ, ବର୍ତ୍ତମାନ ପୁଟିନଙ୍କ ପାଖରେ ମାତ୍ର ୨ରୁ ୩ ବର୍ଷ ସମୟ ଅଛି। ଧୀରେ ଧୀରେ ତାଙ୍କର ଦେଖିବାର କ୍ଷମତା ମଧ୍ୟ ଦୁର୍ବଳ ହେବାକୁ ଲାଗୁଛି। ଗଣମାଧ୍ୟମ ସଂସ୍ଥା ମିରର ରିପୋର୍ଟରେ ଦର୍ଶାଯାଇଛି ଯେ ପୁଟିନଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି।

ଗୁପ୍ତଚର ଏଜେନ୍ସି ଏଫବିଏସର ପୂର୍ବତନ ଅଧିକାରୀ ବୋରିସ କାର୍ପିଚକୋଭ ଏକ ଗୁପ୍ତ ବାର୍ତ୍ତା ଆଧାରରେ ଏହି ସୂଚନା ପ୍ରଦାନ କରିଛନ୍ତି। ଅଧିକାରୀ ଜଣକ କହିଛନ୍ତି ଯେ ପୁଟିନଙ୍କୁ ଚଷମା ପିନ୍ଧିବାକୁ ଡାକ୍ତରମାନେ କହିଥିଲେ, କିନ୍ତୁ ସେ ତାହା କରିବାକୁ ମନା କରିଦେଇଥିଲେ।

ରିପୋର୍ଟରେ କୁହାଯାଇଛି ଯେ, ପୁଟିନଙ୍କର ୧୬-୧୭ ମେ’ରେ ଅପରେଶନ କରାଯାଇଥିଲା। ଅପରେଶନ ପରେ ମେ ୨୦ ସନ୍ଧ୍ୟାରେ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୋଇଯାଇଥିଲା। କିନ୍ତୁ ମେ ୨୧ ସକାଳେ ପୁଣି ଥରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ହୋଇଥିଲା।

ପୁଟିନଙ୍କ ଅପରେଶନ ଏପ୍ରିଲର ଦ୍ୱିତୀୟ ସପ୍ତାହରେ ହେବାର ଥିଲା। କିନ୍ତୁ ୟୁକ୍ରେନ ଯୁଦ୍ଧ ଯୋଗୁ ଏଥିରେ ବିଳମ୍ବ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?