୫ବର୍ଷ ଧରି ଜେଲେନ୍‌ସ୍କିଙ୍କୁ ଡେଟ୍‌ କରୁଛନ୍ତି ପୁଟିନ୍‌ଙ୍କ ଲଳନା

ମସ୍କୋ, ୧୯ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସାନ ଝିଅ କ୍ୟାଟେରିନା ଟିଖୋନୋଭାଙ୍କ ନୂଆ ପ୍ରେମିକଙ୍କ ନାଁ ଏବେ ଚର୍ଚ୍ଚାରେ। ଏହି ରୁଷୀୟ ବାଲେଟ୍‌ ଡ୍ୟାନ୍ସର ତଥା ନିର୍ଦ୍ଦେଶକଙ୍କ ନାମ ଆଇଗୋର୍‌ ଜେଲେନ୍‌ସ୍କି ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ରୁଷିଆ ଆକ୍ରମଣ କରିଥିବା ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ନାଁ ମଧ୍ୟ ଭୋଲୋଡିମିର ଜେଲେନ୍‌ସ୍କି। ଯାହାକୁ ନେଇ ପୁଟିନ୍‌ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇଗୋର ଓ କ୍ୟାଟେରିନା ୫ବର୍ଷ ବର୍ଷ ଧରି ସମ୍ପର୍କରେ ଥିବା ବେଳେ ତାଙ୍କର ଏକ ଝିଅ ରହିଛି। ଆଇଗୋର ଓ ତାଙ୍କ ଝିଅ ଏବେ ଜର୍ମାନୀର ମ୍ୟୁନିକ୍‌ରେ ଅଛନ୍ତି। ୟୁକ୍ରେନ୍‌ ଆକ୍ରମଣ ଯୋଗୁ ୟୁରୋପୀୟ ଦେଶଗୁଡ଼ିକ ମସ୍କୋ ଉପରେ କଟକଣା ଲଗାଇଥିବାରୁ କ୍ୟାଟେରିନା ସେଠାକୁ ଯାଇପାରୁନାହାନ୍ତି। ପୂର୍ବରୁ କ୍ୟାଟେରିନା ରୁଷିଆର ସର୍ବକନିଷ୍ଠ ବିଲିଓନେୟାର କିରିଲ୍‌ ଶାମାଲୋଭ(୪୦)ଙ୍କୁ ବିବାହ କରିଥିଲେ। ୨୦୧୭ରେ ଉଭୟେ ଅଲଗା ହୋଇଥିଲେ।କ୍ୟାଟେରିନାଙ୍କ ପୂର୍ବରୁ ଆଇଗୋର କୋରିଓଗ୍ରାଫର ୟାନା ସେରେବ୍ର଼୍ୟାକୋଭାଙ୍କୁ ବିବାହ କରିଥିବାବେଳେ ତାଙ୍କର ୨ ଝିଅ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri