ପୁଟିନ୍‌ଙ୍କ ମୁଣ୍ଡରେ ଅସହ୍ୟ ଯନ୍ତ୍ରଣା

ମସ୍କୋ, ୧୨।୪: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଆରମ୍ଭ ହେବା ପରଠାରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ସବୁବେଳେ ଖବରର ଶିରୋନାମା ପାଲଟିଛି। ସଦ୍ୟ ପ୍ରକାଶିତ ରିପୋର୍ଟ ମୁତାବକ ପୂର୍ବ ଅପେକ୍ଷା ପୁଟିନ୍‌୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିଯାଇଛି। ପୁଟିନ୍‌୍‌ଙ୍କ ମୁଣ୍ଡରେ ଅସହ୍ୟ ଯନ୍ତ୍ରଣା ଅନୁଭବ ହେଉଛି। ଅନ୍ୟପକ୍ଷେ ତାଙ୍କୁ ସ୍ପଷ୍ଟ ଦେଖାଯାଉ ନ ଥିବାବେଳେ ଜିଭ ସ୍ବାଦ ବାରିପାରୁ ନ ଥିବା ଜଣାପଡ଼ିଛି। ପୁଟିନ୍‌୍‌ଙ୍କ ଅସୁସ୍ଥତାକୁ ନେଇ ଡାକ୍ତରମାନେ ଚିନ୍ତା ପ୍ରକଟ କରିଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ପରଠାରୁ ପୁଟିନ୍‌୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଅନେକ ଖବର ଅନ୍ତର୍ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ସୂଚନାନୁସାରେ ପୁଟିନ୍‌୍‌ଙ୍କ ଡାହାଣ ହାତ ଏବଂ ଗୋଡ଼ ଅକାମୀ ହେବାକୁ ବସିଛି। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଧ୍ୟାନ ସାଙ୍ଗକୁ ଆରାମ କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। କିନ୍ତୁ ପୁଟିନ୍‌୍‌ ଏପରି କରିବାକୁ ମନା କରିବା ସହ ଯୁଦ୍ଧ ସମ୍ପର୍କରେ ଟିକିନିକି ଖବର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ଫେବୃୟାରୀରେ ପୁଟିନ୍‌୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କ ଗୋଡ଼ ଅସ୍ବାଭାବିକ ଭାବେ ଥରୁଥିବାର ଦେଖିବାକୁ ମିଳିଥିଲା। ସେହିପରି ପୁଟିନ୍‌୍‌ କ୍ୟାନ୍‌ସର ସାଙ୍ଗକୁ ମସ୍ତିଷ୍କଜନିତ ରୋଗରେ ଆକ୍ରାନ୍ତ ଥିବା ଗତ ମାର୍ଚ୍ଚରେ ସ୍ପେନ୍‌ ଗଣମାଧ୍ୟମ ଏକ ଖବର ପ୍ରସାରଣ କରିଥିଲା। ପରବର୍ତ୍ତୀ ସମୟରେ କ୍ରେମ୍‌ଲିନ୍‌ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri