ନୂଆ ପିଢ଼ିଙ୍କୁ ପୁଟିନ୍‌ଙ୍କ ପାଠପଢ଼ା, ‘ୟୁକ୍ରେନ୍‌ ମୁକ୍ତି ମିଶନ’ ଉପରେ କାମ କରୁଛି ରୁଷିଆ…

ମସ୍କୋ, ୬।୩ : ୟୁକ୍ରେନ ବିରୋଧରେ ଯୁଦ୍ଧ କରିବା ପରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ନିଜ ଦେଶରେ ମଧ୍ୟ କଡ଼ା ବିରୋଧର ସମ୍ମୁଖୀନ ହୋଇଛନ୍ତି। ଏପରିକି ଅନେକ ଛୋଟ ପିଲା ପୁଟିନଙ୍କ ବିରୋଧରେ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥଳେ, ନୂଆ ପିଢ଼ିଙ୍କୁ ବୁଝାଇବା ପୁଟିନ୍‌ କୌଶଳ ଅବଲମ୍ବନ କରିଛନ୍ତି। ଏହି ଯୁଦ୍ଧକୁ ଯଥାର୍ଥ ପ୍ରମାଣ କରିବା ପାଇଁ ପୁଟିନ ଦେଶବ୍ୟାପୀ ବିଭିନ୍ନ ବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

ଆମେରିକାର ଗଣମାଧ୍ୟମ ଜଣେ ପୂର୍ବତନ ଗୁପ୍ତଚର ଏଜେନ୍ସିର ଅଧିକାରୀ ରେବିକା କଫଲରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ଅନୁସାରେ କହିଛି ଯେ ରୁଷିଆର ବିଦ୍ୟାଳୟରେ ୟୁକ୍ରେନ ବିରୋଧରେ ଜାରି ରହିଥିବା ଲଢ଼େଇକୁ ଏକ ମୁକ୍ତି ଅଭିଯାନ ବୋଲି ବର୍ଣ୍ଣନା କରାଯାଉଛି। ଏଠାରେ ପିଲାମାନଙ୍କୁ ବୁଝାଯାଉଛି ଯେ ରୁଷିଆର ୟୁକ୍ରେନ ଉପରେ ଆକ୍ରମଣ ହେଉଛି ଡୋନାବାସର ଲୋକଙ୍କୁ ନରସଂହାରରୁ ରକ୍ଷା କରିବା ଲାଗି ଏକ ସ୍ବାଧୀନତା ଅଭିଯାନ।

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସମ୍ପର୍କରେ ଶିକ୍ଷା ମନ୍ତ୍ରଣାଳୟ ଓପନ ଲେନ୍ସ ନାମକ ଏକ ଦେଶବ୍ୟାପୀ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତରେ ପିଲାମାନଙ୍କୁ ଭିଡିଓ ମାଧ୍ୟମରେ ବୁଝା ଯାଉଛି। ରୁଷିଆର ଶିକ୍ଷା ମନ୍ତ୍ରଣାଳୟର ଫେସବୁକ ପୋଷ୍ଟରେ କୁହାଯାଇଛି ଯେ ୟୁକ୍ରେନରେ ଏକ ମୁକ୍ତି ମିଶନର ଆବଶ୍ୟକତା କାହିଁକି ରହିଥିଲା ତାହା ସ୍କୁଲ ପିଲାମାନଙ୍କୁ କୁହାଯିବ।

ଶିକ୍ଷା ମନ୍ତ୍ରଣାଳୟର ଫେସବୁକ ପୋଷ୍ଟରେ କୁହାଯାଇଛି ଯେ ନାଟୋ ରୁଷିଆ ପ୍ରତି କଣ ବିପଦ ସୃଷ୍ଟି କରୁଛି ଏବଂ କାହିଁକି ଡୋନେଟସ୍କ ଏବଂ ଲୁହାନସ୍କର ଲୋକଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉଛି ତାହା ପିଲାମାନଙ୍କୁ କହିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri