ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ପୁଟିନ୍‌ଙ୍କ ଲୋକପ୍ରିୟତା ନିଜ ଦେଶରେ ୭୧ ପ୍ରତିଶତ ବଢ଼ିଲା…

ମସ୍କୋ,୯।୩ : ୟୁକ୍ରେନ ଉପରେ ଆକ୍ରମଣ ପରେ ରୁଷିଆରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ଲୋକପ୍ରିୟତା ୭୧ ପ୍ରତିଶତ ବୃଦ୍ଧି ପାଇଛି। ଯୁଦ୍ଧକୁ ନେଇ ବିରୋଧ ପ୍ରଦର୍ଶନ ମଧ୍ୟରେ, ରୁଷିଆର ୬୫ ପ୍ରତିଶତ ଜନସାଧାରଣ ଏକ ସରକାରୀ ଏଜେନ୍ସି ଦ୍ୱାରା କରାଯାଇଥିବା ସର୍ଭେରେ ୟୁକ୍ରେନରେ ପୁଟିନଙ୍କ “ସ୍ବତନ୍ତ୍ର ସାମରିକ ଅପରେଶନ”କୁ ସ୍ବୀକୃତି ପ୍ରଦାନ କରିଛନ୍ତି।

କେବଳ ଏତିକି ନୁହେଁ, ଅନ୍ୟ ଏକ ସ୍ଥାନୀୟ ସର୍ଭେରେ ୭୧ତିଶତ ଲୋକ ପୁଟିନଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରଛନ୍ତି। ୟୁକ୍ରେନ ଯୁଦ୍ଧ ଆରମ୍ଭ ପୂର୍ବରୁ ପୁଟିନଙ୍କ ଉପରେ ରୁଷିଆର ଜନସାଧାରଣଙ୍କ ବିଶ୍ୱାସ ମାତ୍ର ୬୦ପ୍ରତିଶତ ଥିଲା।

ଗୋଟିଏ ପଟେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନିନ୍ଦା କରୁଛନ୍ତି। ଏହି ସାମରିକ ଅପରେଶନରେ ପୁଟିନ୍‌ ତାଙ୍କ ଦେଶର ଜନସାଧାରଣଙ୍କ ସମର୍ଥନ ହାସଲ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି କାର୍ଯ୍ୟାଳୟ ଦାବି କରିଛି ଯେ ପୁଟିନଙ୍କ ଏହି ସ୍ବତନ୍ତ୍ର ସାମରିକ ଅପରେଶନ କରି ୟୁକ୍ରେନବାସୀଙ୍କୁ ଫାସିଷ୍ଟ ସରକାରଙ୍କ କବଳରୁ ମୁକ୍ତ କରିବା ପାଇଁ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri