ବାଇଡେନ୍‌ଙ୍କୁ ପୁଟିନ୍‌ଙ୍କ ଧମକ, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ଦେଲେ ପରିଣତି ହେବ ଭୟଙ୍କର…

ମସ୍କୋ/ଓ୍ବାଶିଂଟନ, ୧୩।୩ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଜୋ ବାଇଡେନ୍‌ଙ୍କ ପ୍ରଶାସନକୁ ଧମକ ଦେଇଛନ୍ତି। ୟୁକ୍ରେନ୍‌କ ଅସ୍ତ୍ରଶସ୍ତ୍ର ଯୋଗାଇଲେ ପରିଣତି ଭୟଙ୍କର ହେବ ବୋଲି ସେ ଚେତାବନୀ ଦେଇଛନ୍ତି। ରୁଷିଆ ଡେପୁଟି ବୈଦେଶିକ ମନ୍ତ୍ରୀ ସର୍ଗେଇ ରିୟାବକୋଭ କହିଛନ୍ତି ଯେ ୟୁକ୍ରେନକୁ ଅସ୍ତ୍ର ପଠାଇଲେ ଆମେରିକାକୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ। ତେଣୁ ଆମେରିକା ଯୁଦ୍ଧରୁ ଦୂରେଇ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।

ୟୁକ୍ରେନକୁ ବିଦେଶୀ ଅସ୍ତ୍ରଶସ୍ତ୍ର ଯୋଗାଉଥିବା କନଭେନଶନ ରୁଷିଆ ସଶସ୍ତ୍ର ବାହିନୀର ଟାର୍ଗେଟ ହେବ ବୋଲି ସେ କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଆମେରିକା ଏବଂ ପାଶ୍ଚାତ୍ୟ ଦେଶ ବିରୁଦ୍ଧରେ ପ୍ରତିଶୋଧ ପରାୟଣତାର ତାଲିକା ପ୍ରସ୍ତୁତ କରାଯାଉଛି ଏବଂ ଏହା ଶୀଘ୍ର ସାର୍ବଜନୀନ କରାଯିବ।

ରାୟାବକୋଭ କହିଛନ୍ତି ଯେ ୱାଶିଂଟନ ଚାହିଁଲେ ରୁଷିଆ ଆମେରିକା ସହ ସୁରକ୍ଷା କଥାବାର୍ତ୍ତା ଆରମ୍ଭ କରିପାରିବ। ପରିସ୍ଥିତି ପରିବର୍ତ୍ତନ ହୋଇଥିବାରୁ ସୁରକ୍ଷା ଗ୍ୟାରେଣ୍ଟି ଉପରେ ରୁଷିଆର ପ୍ରସ୍ତାବ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ ହେବ ନାହିଁ ବୋଲି ସେ କହିଛନ୍ତି। ୟୁକ୍ରେନ ଦାବି କରିଛି ଯେ ସାମରିକ ସେବା ପାଇଁ  ୟୁକ୍ରେନ ବିରୁଦ୍ଧରେ କାର୍ଯ୍ୟ କରୁଥିବା ଲୋକଙ୍କୁ ନିଯୁକ୍ତି ଦେବା ଲାଗି ରୁଷିଆର କମାଣ୍ଡ ଏକ ତାଲିକା ପ୍ରସ୍ତୁତ କରିଛି।

ବାଇଡେନ କହିଛନ୍ତି ଯେ ୟୁକ୍ରେନ ବିରୋଧରେ ଚାଲିଥିବା ଯୁଦ୍ଧରେ ପୁଟିନ କଦାପି ବିଜୟୀ ହେବେ ନାହିଁ। ଯେପରି ଆମେ ୟୁକ୍ରେନକୁ ସମର୍ଥନ କରୁଛୁ, ସେହିପରି ୟୁରୋପର ଆମର ସହଯୋଗୀମାନେ ମଧ୍ୟ ଏକାଠି ଏହାର ପ୍ରତିରୋଧ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri