Posted inଜାତୀୟ

ନିଟ୍‌ ପିଜି କାଉନସେଲିଂ ଉପରେ ରୋକ…

ନୂଆଦିଲ୍ଲୀ,୨୫।୧୦: ଓବିସି ଏବଂ ଇଡବ୍ଲ୍ୟୁଏସ୍‌ ସଂରକ୍ଷଣ ବୈଧତା ନିଶ୍ଚିତ ନ ହେବା ପର୍ଯ୍ୟନ୍ତ ନିଟ୍‌ ପିଜି କାଉନସେଲିଂ ଉପରେ ରୋକ ଲଗାଯାଇଛି। ଏନେଇ ସୋମବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। କେନ୍ଦ୍ରର ନିଷ୍ପତ୍ତି ନ ଆସିବା ପର୍ଯ୍ୟନ୍ତ କାଉନସେଲିଂ ହୋଇ ପାରିବ ନାହିଁ ବୋଲି ଶୀର୍ଷ କୋର୍ଟ କହିଛନ୍ତି।

ବରିଷ୍ଠ ଆଇନଜୀବୀ ଅରବିନ୍ଦ ବି. ଦାତାର ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ସମ୍ମୁଖରେ ଅକ୍ୱୋବର ୨୫ରେ ହେବାକୁ ଥିବା ନିଟ୍‌ ପିଜି କାଉନସେଲିଂ ଉପରେ ରୋକ ଲଗାଇବାକୁ ଯୁକ୍ତି ଦର୍ଶାଇଥିଲେ। ଅଦାଲତରେ ଏନେଇ ଶୁଣାଣି ଜାରି ରହିଥିବାବେଳେ ରୋକ ପାଇଁ ନିର୍ଦ୍ଦେଶ ଜାରି କରିବାକୁ ସେ ଅନୁରୋଧ କରିଥିଲେ। ଖଣ୍ଡପୀଠ କହିଥିଲେ ଯେ, ଯେପର୍ଯ୍ୟନ୍ତ ଫଇସଲା ନ ହୋଇଛି କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବ ନାହିଁ।

ଏନେଇ ଖଣ୍ଡପୀଠ ଅତିରକ୍ତି ସୋଲିସିଟର ଜେନେରାଲ କେ.ଏମ୍‌.ନଟରାଜଙ୍କୁ କହିଛନ୍ତି ଯେ, ବିଚାର ଶେଷ ନ ହେବା ପର୍ଯ୍ୟନ୍ତ ନିଟ୍‌ ପିଜି କାଉନସେଲିଂ ବନ୍ଦ ରହୁ।

ଗତ ସପ୍ତାହରେ କୋର୍ଟ କେନ୍ଦ୍ର ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା ଇଡବ୍ଲ୍ୟୁଏସ୍‌ ଅନ୍ତର୍ଗତ ୮ ଲକ୍ଷ ଟଙ୍କାର ବାର୍ଷିକ ଆୟ ସୀମା ଉପରେ ସନ୍ଦେହ ପ୍ରକାଶ କରିଥିଲେ। ଏହା ସହିତ କେତେକ ସ୍ବତନ୍ତ୍ର ବିଷୟ ଉପରେ ଉତ୍ତର ଲୋଡିଥିଲେ।

ଏହା ପୂର୍ବରୁ ଗତ ସପ୍ତାହରେ ବିଚାରପତି ବିକ୍ରମ ନାଥ ଏବଂ ବି.ବି.ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର ଅକ୍ଟୋବର ୨୮ରେ ହେବ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?