ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ

ଢେଙ୍କାନାଳ ଅଫିସ, ୨୦।୧୨: ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଅପହଞ୍ଚ ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ। ଅଞ୍ଚଳରେ ରାସ୍ତାଘାଟ, ପାନୀୟଜଳ, ଶିକ୍ଷା, ସ୍ବାସ୍ଥ୍ୟ ସମେତ ଅନ୍ୟାନ୍ୟ ମୌଳିକ ସୁବିଧା ହାତପାଆନ୍ତାରେ ମିଳିବ। ଗ୍ରାମବାସୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସମସ୍ତ ଉଦ୍ୟମ କରାଯିବ। ଶନିବାର ଗ୍ରାମ ପରିଦର୍ଶନ କରିବା ଅବସରରେ ଏଭଳି ଘୋଷଣା କରିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରିବା, ସରକାରୀ ଯୋଜନାର ସଫଳ ରୂପାୟନ ଲାଗି ବିଡିଓ ବୁଲ୍‌ବୁଲ୍‌ ବେହେରା ପୁଟ୍ଟିପାଳକୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି।
ପୁଟ୍ଟିପାଳରେ ପ୍ରାଥମିକ ଶିକ୍ଷା ଲାଗି ସ୍ବତନ୍ତ୍ର ଭାବେ ୨ ଜଣ ଶିକ୍ଷକଙ୍କୁ ନିୟୋଜିତ କରାଯିବ। ପିଲାଙ୍କ ପୁଷ୍ଟିସାଧନ, ସ୍ବାସ୍ଥ୍ୟ ପରୀକ୍ଷା, ପରିମଳ ବ୍ୟବସ୍ଥା ସୁଦୃଢ଼ୀକରଣ ଲାଗି ପ୍ରତି ମାସରେ ଅଧିକାରୀମାନେ ଗ୍ରାମକୁ ଯାଇ ସ୍ଥିତି ବୁଝିବେ। ଗ୍ରାମକୁ ସବୁଦିନିଆ ରାସ୍ତା ହେବ। ୧୦ ଲକ୍ଷ ଟଙ୍କା ବ୍ୟୟରେ ରାସ୍ତା ଉନ୍ନତୀକରଣ କରାଯିବ। ଏକୁଲ, ସେକୁଲ, କୋଟ ଏବଂ ପୁଟ୍ଟିପାଳକୁ ସଂଯୋଗ କରୁଥିବା ରାସ୍ତାରେ ପ୍ରବାହିତ ନାଳ ଉପରେ ୫୦ ଲକ୍ଷ ଟଙ୍କାରେ ବ୍ରିଜ୍‌ ନିର୍ମାଣ ହେବ। ଆଭ୍ୟନ୍ତରୀଣ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକୁ କଂକ୍ରିଟ୍‌ କରାଯିବ। ଏକୁଲ, ସେକୁଲ ଅଞ୍ଚଳରେ ଆର୍ଥିକ ପୁଞ୍ଜିପ୍ରବାହ ଲାଗି ଇକୋ ଟୁରିଜମ୍‌ର ବିକାଶ କରିବା ଲାଗି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବ। ଅଞ୍ଚଳର ବିକାଶ ଲାଗି ଏକାଧିକ ବହୁମୁଖୀ ପ୍ରକଳ୍ପ ନିର୍ମାଣ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ସମସ୍ତଙ୍କୁ କାମ ଯୋଗାଇ ଦିଆଯିବ। ଫଳରେ ଲୋକମାନେ ରୋଜଗାର ଲାଗି ବାହାରକୁ ଯିବେନାହିଁ ବୋଲି ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଜିଲାପାଳ ଚିଲିରା ଗ୍ରାମ ଗସ୍ତ କରି ସେଠାକାର ଏସ୍‌ଏଚ୍‌ଜି ଦ୍ୱାରା କରାଯାଇଥିବା ପରିବା ଚାଷ କ୍ଷେତ୍ର ପରିଦର୍ଶନ କରି ପ୍ରଶଂସା କରିଥିଲେ। ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ସିଡିଏମ୍‌ଓ ଡା. ସୁଜାତାରାଣୀ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗ ଓ ପୋଲିସ ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ହିନ୍ଦୋଳ, ୨୨।୧୧: ଠକେଇ ମାମଲାରେ ୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ। ୬୮.୮୫ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ...

ତେଜରାତି ଦୋକାନରୁ ବିଦେଶୀ ମଦ ଜବତ: ଜଣେ ଗିରଫ

ପରଜଙ୍ଗ,୧୭।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ନିକଟରେ ଥିବା ଏକ ତେଜରାତି ଦୋକାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri