ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି , ନେଇ…

ବଲାଙ୍ଗୀର,୧୩।୮: ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାର ଉଦ୍‌ଘାଟନୀ ସଭାରେ ରତ୍ନମୟୀ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ପୁଇଁନ୍ତଲା ଓ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ବଲାଙ୍ଗୀରର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ଆରତୀ ସାହୁ ଉପସ୍ଥିତ ରହି କର୍ମଶାଳାର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ କାର୍ଯ୍ୟକ୍ରମର ରୂପରେଖ ଉପସ୍ଥାପନ କରିଥିଲେ । କର୍ମଶାଳାର ଦ୍ବିତୀୟ ଦିବସରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ସେବାଶ୍ରୀ ଭୋଇ ଏବଂ ଜିଲା ଶିକ୍ଷାବିଜ୍ଞାନ ସଂଯୋଜିକା ଡ. ମଧୁମିତା ଦାଶ ଯୋଗ ଦେଇ ନିର୍ମାଣ କରାଯାଇ ଥିବା ଶିକ୍ଷଣ ସାମଗ୍ରୀକୁ ଅବଲୋକନ କରି ନିଜର ସକାରାତ୍ମକ ପ୍ରତିକ୍ରିୟା ତଥା ବିଦ୍ୟାଳୟରେ ଏହି ସାମଗ୍ରୀ ପାଇଁ ଶିକ୍ଷକ ତଥା ଶିକ୍ଷାର୍ଥୀ ମଧ୍ୟରେ କିପରି ଏକ ଅନୁକୂଳ ପରିବେଶ ସୃଷ୍ଟି ହେବ ସେଥିପାଇଁ ଦିଗଦର୍ଶନ ଦେଇଥିଲେ। ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ-ଶିକ୍ଷୟତ୍ରୀ ଯୋଗଦେଇ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ଶିକ୍ଷାର୍ଥୀଙ୍କ ମୌଳିକ ସାକ୍ଷରତା ତଥା ସଂଖ୍ୟା ଜ୍ଞାନର ଶିକ୍ଷଣ କାର୍ଯ୍ୟ ପରିଚାଳନା ପାଇଁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିଲେ। ଏହି କାର୍ମଶାଳାରେ ପ୍ରଧାନ ଶିକ୍ଷକ ତ୍ରିନାଥ ପାତ୍ର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲ, ରଞ୍ଜିତ ମିଶ୍ର, ଅଜିତ କୁମାର ଶତପଥୀ, ତରଣୀ ସେନ ଧରୁଆ,ସତ୍ୟ ନାରାୟଣ ସାହୁ ପ୍ରମୁଖ ସାଧନକର୍ମୀ ଯୋଗଦେଇଥିଲେ। ଉଜ୍ଜାପନୀ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ପୁଇଁନ୍ତଲା ଶ୍ରୀମତୀ ପୁରୋହିତ ଓ ପୁଇଁନ୍ତଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲଛମନ ପ୍ରଧାନ ଉପସ୍ଥିତ ରହି ଏହିପରି ସାମଗ୍ରୀର ବ୍ୟବହାର ଦାରା ଶିକ୍ଷାର୍ଥୀଙ୍କ ଶିକ୍ଷଣ ଆନନ୍ଦଦାୟକ, ଆଗ୍ରହଦ୍ଦୀପକ ହେବା ସଙ୍ଗେ ସଙ୍ଗେ ଶିକ୍ଷଣ ଦୀର୍ଘସ୍ଥାୟୀ ହୋଇପାରିବ ସେ ବିଷୟରେ ଆଲୋକପାତ କରିଥିଲେ। ଶେଷରେ ମଲମଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri