ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି , ନେଇ…

ବଲାଙ୍ଗୀର,୧୩।୮: ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାର ଉଦ୍‌ଘାଟନୀ ସଭାରେ ରତ୍ନମୟୀ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ପୁଇଁନ୍ତଲା ଓ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ବଲାଙ୍ଗୀରର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ଆରତୀ ସାହୁ ଉପସ୍ଥିତ ରହି କର୍ମଶାଳାର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ କାର୍ଯ୍ୟକ୍ରମର ରୂପରେଖ ଉପସ୍ଥାପନ କରିଥିଲେ । କର୍ମଶାଳାର ଦ୍ବିତୀୟ ଦିବସରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ସେବାଶ୍ରୀ ଭୋଇ ଏବଂ ଜିଲା ଶିକ୍ଷାବିଜ୍ଞାନ ସଂଯୋଜିକା ଡ. ମଧୁମିତା ଦାଶ ଯୋଗ ଦେଇ ନିର୍ମାଣ କରାଯାଇ ଥିବା ଶିକ୍ଷଣ ସାମଗ୍ରୀକୁ ଅବଲୋକନ କରି ନିଜର ସକାରାତ୍ମକ ପ୍ରତିକ୍ରିୟା ତଥା ବିଦ୍ୟାଳୟରେ ଏହି ସାମଗ୍ରୀ ପାଇଁ ଶିକ୍ଷକ ତଥା ଶିକ୍ଷାର୍ଥୀ ମଧ୍ୟରେ କିପରି ଏକ ଅନୁକୂଳ ପରିବେଶ ସୃଷ୍ଟି ହେବ ସେଥିପାଇଁ ଦିଗଦର୍ଶନ ଦେଇଥିଲେ। ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ-ଶିକ୍ଷୟତ୍ରୀ ଯୋଗଦେଇ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ଶିକ୍ଷାର୍ଥୀଙ୍କ ମୌଳିକ ସାକ୍ଷରତା ତଥା ସଂଖ୍ୟା ଜ୍ଞାନର ଶିକ୍ଷଣ କାର୍ଯ୍ୟ ପରିଚାଳନା ପାଇଁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିଲେ। ଏହି କାର୍ମଶାଳାରେ ପ୍ରଧାନ ଶିକ୍ଷକ ତ୍ରିନାଥ ପାତ୍ର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲ, ରଞ୍ଜିତ ମିଶ୍ର, ଅଜିତ କୁମାର ଶତପଥୀ, ତରଣୀ ସେନ ଧରୁଆ,ସତ୍ୟ ନାରାୟଣ ସାହୁ ପ୍ରମୁଖ ସାଧନକର୍ମୀ ଯୋଗଦେଇଥିଲେ। ଉଜ୍ଜାପନୀ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ପୁଇଁନ୍ତଲା ଶ୍ରୀମତୀ ପୁରୋହିତ ଓ ପୁଇଁନ୍ତଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲଛମନ ପ୍ରଧାନ ଉପସ୍ଥିତ ରହି ଏହିପରି ସାମଗ୍ରୀର ବ୍ୟବହାର ଦାରା ଶିକ୍ଷାର୍ଥୀଙ୍କ ଶିକ୍ଷଣ ଆନନ୍ଦଦାୟକ, ଆଗ୍ରହଦ୍ଦୀପକ ହେବା ସଙ୍ଗେ ସଙ୍ଗେ ଶିକ୍ଷଣ ଦୀର୍ଘସ୍ଥାୟୀ ହୋଇପାରିବ ସେ ବିଷୟରେ ଆଲୋକପାତ କରିଥିଲେ। ଶେଷରେ ମଲମଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri