Posted inଖେଳ

ଚଳିତ ମାସରେ ବାହା ହେବେ ସିନ୍ଧୁ, ଜାଣନ୍ତୁ କାହାକୁ

ନୂଆଦିଲ୍ଲୀ,୩।୧୨: ଦୁଇ ଥର ଅଲିମ୍ପିକ୍ସ ପଦକ ବିଜୟିନୀ ଭାରତୀୟ ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ରାଜସ୍ଥାନର ଉଦୟପୁରରେ ସିନ୍ଧୁ ଡିସେମ୍ବର ୨୨ ତାରିଖରେ ବିବାହ କରିବେ ବୋଲି ସୂଚନା ଦେଇଛନ୍ତି ତାଙ୍କ ବାପା ପି.ଭି. ରମଣା।

ପୋସିଡେକ୍ସ ଟେକ୍ନୋଲୋଜିରେ କାର୍ଯ୍ୟକାରୀ ନିର୍ଦ୍ଦେଶକ ରହିଥିବା ଭେଙ୍କଟ ଦତ୍ତଙ୍କୁ ସିନ୍ଧୁ ବିବାହ କରିବେ ବୋଲି ଜଣାପଡିଛି। ରବିବାର ସିନ୍ଧୁ ୨ ବର୍ଷର ଟାଇଟଲ ମରୁଡିର ଅନ୍ତ ଘଟାଇ ଲକ୍ଷ୍ନୌରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ଟାଇଟଲ ଜିତିବା ପରେ ପରିବାର ଲୋକ ବିବାହ ସମ୍ପର୍କରେ ଘୋଷଣା କରିଛନ୍ତି। ଉଭୟଙ୍କ ପରିବାର ଦୀର୍ଘ ଦିନ ହେବ ପରସ୍ପରକୁ ଜାଣିଥିବା ବେଳେ ମାସେ ତଳେ ବିବାହ ସମ୍ପର୍କରେ ଆଲୋଚନା ହୋଇଥିବା ରମଣା ପ୍ରକାଶ କରିଛନ୍ତି।

ଡିସେମ୍ବର ୨୦ରୁ ବିବାହର ପ୍ରସ୍ତୁତି ଆରମ୍ଭ ହେବାକୁ ଥିବା ବେଳେ ହାଇଦ୍ରାବାଦରେ ରିସେପ୍ସନ ପାର୍ଟି ଡିସେମ୍ବର ୨୪ ତାରିଖରେ ପ୍ରଦାନ କରାଯିବ। ଭାରତର ଅନ୍ୟତମ ଶ୍ରେଷ୍ଠ ଆଥଲେଟ ସିନ୍ଧୁ ୫ ଥର ବିଶ୍ୱ ଚାମ୍ପିୟନଶିପ ପଦକ ଜିତିଛନ୍ତି। ୨୦୧୯ ବିଶ୍ୱ ଚାମ୍ପିୟନଶିପରେ ସେ ଏକ ସ୍ବର୍ଣ୍ଣ ପଦକ ମଧ୍ୟ ଜିତିବାର ଗୌରବ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri