ବ୍ରାଉନ୍‌ସୁଗାର ବ୍ୟବସାୟରେ ପୂର୍ତ୍ତ କର୍ମଚାରୀ

ଢେଙ୍କାନାଳ ଅଫିସ, ୭।୧୧:  ଢେଙ୍କାନାଳ ଟାଉନ ଥାନା ପୋଲିସ ସ୍ଥାନୀୟ ମହାବୀର ବଜାର ନିକଟ ପୂର୍ତ୍ତ ବିଭାଗ କଲୋନୀର ଏକ ଘରେ ଶୁକ୍ରବାର ସନ୍ଧ୍ୟାରେ ଚଢ଼ାଉ କରି ୨୭.୫୩୦ ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରିଛ। ବେଆଇନ ନିଶା କାରବାରରେ ସମ୍ପୃକ୍ତି ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଲକ୍ଷ୍ମୀବଜାର ଅଞ୍ଚଳର ବାପୁନି ସ୍ବାଇଁ ଓରଫ୍‌ ସନ୍ଦୀପ, କମଳ କୁମାର ନାୟକ, ସଞ୍ଜୀବ ମହାପାତ୍ର, ଜଗନ୍ନାଥରୋଡ୍‌ର ରାଜେନ୍ଦ୍ର ବରାଳ ଏବଂ ଚାନ୍ଦମାରୀ ସାହିର ଚକ୍ରଧର ପାତ୍ର। ସନ୍ଦୀପ ପୂର୍ତ୍ତ ବିଭାଗର କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। ତେବେ କିଛିଦିନ ତଳେ ତାଙ୍କୁ ନିଲମ୍ବିତ କରାଯାଇଥିବା ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ କହିଛନ୍ତି।
ପିଡବ୍ଲ୍ୟଡି କଲୋନୀର ଏକ ଘରେ ବ୍ରାଉନ୍‌ ସୁଗାର କାରବାର ଚାଲିଥିବା ସମ୍ପର୍କରେ ଅପରାହ୍ନରେ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ଟାଉନ ଥାନାଧିକାରୀ ନମିତା ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଅତର୍କିତ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ୨୭.୫୩୦ ଗ୍ରାମ ବ୍ରାଉନ ସୁଗାର ସମେତ ୨ ଏଟିଏମ୍‌, ୪ ମୋବାଇଲ, ୨ ବାଇକ୍‌, ଗୋଟିଏ ସ୍କୁଟି, ୪୦ ଖଣ୍ଡ ଶାଗୁଆ ରଙ୍ଗର ଛୋଟ କାଗଜ, ୭ ଚାମଚ, ଗୋଟିଏ ବ୍ୟାଗ ଜବତ କରାଯାଇଛି। ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏ ସଂକ୍ରାନ୍ତରେ ଟାଉନ ଥାନାରେ କେସ୍‌ ନଂ. ୪୮୫/୨୧ରେ ଏକ ମାମଲା ରୁଜୁ କରାଯାଇଛି ା ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୂଚନା ଦେଇଛନ୍ତି।
ଢେଙ୍କାନାଳ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଧଳ ଜହର ବ୍ୟବସାୟ କାୟା ବିସ୍ତାର କରିବାରେ ଲାଗିଛି। ପୋଲିସ-ଅବକାରୀ ବିଭାଗ ମଧ୍ୟରେ ସମନ୍ବୟ ଅଭାବ ଏବଂ ଗୋଇନ୍ଦା ବିଫଳତା ଏହା ପଛର ପ୍ରମୁଖ କାରଣ ବୋଲି ଅଭିଯୋଗ ହେଉଛି। ଏଥିପୂର୍ବରୁ ଗତ ଅକ୍ଟୋବର ୨୬ରେ କାମାକ୍ଷାନଗର ଥାନା ଅନନ୍ତପୁର ଗୋଡ଼ିସାହି ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ୧୦ ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରିଥିଲା। ଏହି ଘଟଣାରେ ଜଣେ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri