ମୃତ୍ୟୁଦଣ୍ଡ ପାଇଥିବା ୮ ନୌସେନା ଅଧିକାରୀଙ୍କୁ ମୁକ୍ତ କଲେ କାତାର କୋର୍ଟ, ଭାରତ ଫେରିଲେ ୭

ନୂଆଦିଲ୍ଲୀ,୧୨।୨: ଭାରତ ଏକ ବଡ କୂଟନୈତିକ ବିଜୟ ହାସଲ କରିଛି। କାତାର ଆଠ ଜଣ ଭାରତୀୟ ପୂର୍ବତନ ନୌସେନା ଅଧିକାରୀଙ୍କୁ ମୁକ୍ତ କରିଛି। ସେଠାରେ ସେମାନେ ଗୋଇନ୍ଦାଗିରି ଅଭିଯୋଗର ସମ୍ମୁଖୀନ ହୋଇଥିଲେ। ଏଥିପାଇଁ ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଥିଲା। ତେବେ ଭାରତର ଅନୁରୋଧ କ୍ରମେ କତାରର ଏମିର ତାଙ୍କ ଦଣ୍ଡକୁ ହ୍ରାସ କରି ଆଜୀବନ କାରାଦଣ୍ଡରେ ପରିଣତ କରିଥିଲେ। ଏହାରି ମଧ୍ୟରେ ଭାରତୀୟ ବୈଦେଶିକ ମନ୍ତ୍ରାଳାୟ ସୂଚନା ଦେଇଛନ୍ତି ଯେ, ସେମାନେ ଏବେ ଭାରତକୁ ଫେରୁଛନ୍ତି।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି, “କତାରରେ ବନ୍ଦୀ ହୋଇଥିବା ଡହରା ଗ୍ଲୋବାଲ କମ୍ପାନୀରେ କାର୍ଯ୍ୟରତ ୮ ଜଣ ଭାରତୀୟ ନାଗରିକଙ୍କ ମୁକ୍ତିକୁ ଭାରତ ସରକାର ସ୍ୱାଗତ କରିଛନ୍ତି। ସେହି ଆଠ ଜଣଙ୍କ ମଧ୍ୟରୁ ୭ ଜଣ ଭାରତ ଫେରିଛନ୍ତି। ଆମେ ଏହି ନାଗରିକମାନଙ୍କର ମୁକ୍ତି ଏବଂ ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା କରିଛୁ। ଏଭଳି ପଦକ୍ଷେପ ପାଇଁ ଆମେ କତାର ଦେଶ ଏମିରଙ୍କ ନିଷ୍ପତ୍ତିକୁ ଆମେ ପ୍ରଶଂସା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri