ହମାସ ଇସ୍ରାଏଲ ମଧ୍ୟରେ ବନ୍ଦୀ ବିନିମୟରେ କତାରର ମଧ୍ୟସ୍ଥତା…

ଗାଜା,୯।୧୦ : ଆତଙ୍କବାଦୀ ଗୋଷ୍ଠୀର ସୂତ୍ରରୁ ପ୍ରକାଶ କତାର ହମାସ ଏବଂ ଇସ୍ରାଏଲ ମଧ୍ୟରେ ବନ୍ଦୀ ବିନିମୟର ମଧ୍ୟସ୍ଥତା କରୁଛି। ଆମେରିକାର ସମର୍ଥନ ସହିତ କାତାର ତୁରନ୍ତ ଏହି ଚୁକ୍ତିନାମା କରିବାକୁ ଚାହୁଁଛି ବୋଲି ନାମ ସୂତ୍ରରୁ ପ୍ରକାଶ। ଏହା ଅଧୀନରେ, ହମାସ ଦ୍ୱାରା ଧରାଯାଇଥିବା ଇସ୍ରାଏଲ ମହିଳାମାନଙ୍କୁ ଇସ୍ରାଏଲ ଜେଲରେ ରଖାଯାଇଥିବା ପାଲେଷ୍ଟାଇନ ମହିଳା ବନ୍ଦୀମାନଙ୍କ ବଦଳରେ ମୁକ୍ତ କରାଯିବ।

ସୂଚନାନୁସାରେ, ଇସ୍ରାଏଲର ଜେଲରେ ଥିବା ସମସ୍ତ ୩୬ ପାଲେଷ୍ଟାଇନ ମହିଳା କଏଦୀଙ୍କୁ ମୁକ୍ତ କରାଗଲେ ଏହା ଏକ କଏଦୀ ବିନିମୟରେ ରାଜି ହେବ ବୋଲି ହମାସ କତାରକୁ ସୂଚନା ଦେଇଛି।

ଶନିବାର ଗାଜା ଷ୍ଟ୍ରିପ ନିକଟରେ ଥିବା ଇସ୍ରାଏଲ ସହର ଉପରେ ହମାସ ଆଶ୍ଚର୍ଯ୍ୟଜନକ ଆକ୍ରମଣ କରିଥିଲା, ଏହା ପରେ ଇସ୍ରାଏଲ ଗାଜା ଉପରେ ପ୍ରତିଶୋଧ ପରାୟଣ ଆକ୍ରମଣ କରିଥିଲା।

ଏହି ଆକ୍ରମଣ ସମୟରେ ହାମାସ ଆତଙ୍କବାଦୀମାନେ ଗାଜା ଷ୍ଟ୍ରିପକୁ ଇସ୍ରାଏଲରୁ ପୃଥକ କରୁଥିବା ସୁରକ୍ଷା ବାଡ ଭାଙ୍ଗିଥିଲେ ଏବଂ ଆଖପାଖ ସମ୍ପ୍ରଦାୟ ଉପରେ ଆକ୍ରମଣ କରିଥିଲେ, ମହିଳାଙ୍କ ସମେତ ଅନେକ ଇସ୍ରାଏଲକୁ ହତ୍ୟା କରିଥିଲେ।

ରବିବାର ଦିନ ଗାଜା ସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ଅପଡେଟରେ କୁହାଯାଇଛି ଗାଜାରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଆତଙ୍କବାଦୀଙ୍କ ମୃତ୍ୟୁ ସଂଖ୍ୟା ୪୧୩ କୁ ବୃଦ୍ଧି ପାଇଛି ଏବଂ ୨୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଇସ୍ରାଏଲର ରାଷ୍ଟ୍ରାୟତ୍ତ କାନ ଟିଭି ଖବର ଅନୁଯାୟୀ ଇସ୍ରାଏଲରେ ମୃତ୍ୟୁସଂଖ୍ୟା ୭୦୦ରୁ ଅଧିକ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri