ବିକାଶର ବହୁ ଦୂରରେ କିଙ୍ଗଡାଙ୍ଗ ଗ୍ରାମବାସୀ

ପାରଳାଖେମୁଣ୍ଡି,୮ା୪(ଗିରିଧାରୀ ପରିଛା): ଦେଶ ସ୍ବାଧୀନର ୭୬ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏଁ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲାର କିଙ୍ଗଡାଙ୍ଗ ଗ୍ରାମବାସୀ। ଗୁମ୍ମା ବ୍ଲକ ଭୁବନି ପଞ୍ଚାୟତରେ ରହିଛି କିଙ୍ଗଡାଙ୍ଗ ଗ୍ରାମ। ଏଠାରେ ବିକାଶର ପ୍ରତିଛବି ପଡ଼ିନଥିବା ବେଳେ ଅନ୍ଧକାରରେ ରହିଛି ଏମାନଙ୍କ ଜୀବନ। ବିକାଶ ଏଠି ସାତ ସପନ। ତେଣୁ ବହୁ ଦୁଃଖକଷ୍ଟରେ ଜୀବନ କାଟୁଥିବା କହିଛନ୍ତି ଗ୍ରାମବାସୀ। ଗାଁକୁ ନାହିଁ ଭଲ ରାସ୍ତା ଖଣ୍ଡିଏ। ରାସ୍ତା ଶୋଚନୀୟ ହୋଇ ପଡିଛି। ଗ୍ରାମକୁ ନା ଆମ୍ବୁଲାନ୍ସ ପହଞ୍ଚତ୍ପାରୁଛି ନା ଗାଡ଼ିମୋଟର ସେବା। ଗର୍ଭବତୀ ମହିଳାଙ୍କ ଠାରୁ ଆରମ୍ଭ କରି କୁନି କୁନି ପିଲା ମଧ୍ୟ ଏଠାରେ ମାଇଲ ମାଇଲ ଚାଲି ସ୍କୁଲ ଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଗାଁକୁ ନାହିଁ ପାନୀୟ ଜଳ ଯୋଗାଣ କିମ୍ବା ରାସ୍ତା ବ୍ୟବସ୍ଥା । ଗ୍ରାମବାସୀଙ୍କ ଭରସା ପଥର କୁଅ । ପିଲା ଛୁଆଙ୍କ ପାଇଁ କୁଅ ପାଣି ବ୍ୟବହାର କରୁଛନ୍ତି ମହିଳା । ଏହି ଦୃଶ୍ୟକୁ ଦେଖିଲେ ଜଳଜଳ ହୋଇ ଦେଖାଯାଉଛି ଗାଁରେ ଥିବା ଜଳ ସମସ୍ୟା। ଏହି ଗ୍ରାମରେ ପ୍ରାୟ ୨୦ରୁ ୨୫ ପରିବାରର ଶହେରୁ ଊଦ୍ଧର୍‌ବ ଲୋକ ବସବାସ କରୁଛନ୍ତି। ପାଣି ମୁନ୍ଦାଏ ପାଇଁ ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଦୀର୍ଘଦିନ ହେଲା ଏହି ସମସ୍ୟା ଜାରି ରହିଥିବାବେଳେ ଆଜି ପର୍ଯ୍ୟନ୍ତ କୌଣସି ସରକାରୀ ଯୋଜନା ଗାଁରେ ପହଞ୍ଚି ନାହିଁ। ଗାଁ ଲୋକେ ଗୋଟିଏ କୁଅ ଉପରେ ଭରସା କରୁଥିବା ବେଳେ ଖରାଦିନ ଆରମ୍ଭରୁ ହିଁ କୁଅ ପାଣି ଶୁଖିଗଲାଣି। ସରକାର ବସୁଧା ଯୋଜନା ମାଧ୍ୟମରେ ଘରେ ଘରେ ପାଣି ଯୋଗାଉଥିବା ଡିଣ୍ଡିମ ପିଟୁଥିବା ବେଳେ ଏହି ଗ୍ରାମର ଲୋକେ କିନ୍ତୁ ପିଇବା ପାଇଁ ଟୋପାଏ ପାଇ ପାରୁନାହାନ୍ତି। ତେଣୁ ଗାଁରେ ପିଇବା ପାଣିର ବ୍ୟବସ୍ଥା ସହ ରାସ୍ତା ନିର୍ମାଣ ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri